ଠାକୁରାଣୀ ଯାତ୍ରା ଲାଗି ପୁରୁଷୋତ୍ତମପୁର ଉତ୍ସବମୁଖର

ପୁରୁଷୋତ୍ତମପୁର,୨୮।୫(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁରରେ ଚାଲିଥିବା ପଞ୍ଚ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ମଙ୍ଗଳବାର ୧୬ଦିନରେ ପହଞ୍ଚତ୍ଛି। ପ୍ରତ୍ୟେକଦିନ ସନ୍ଧ୍ୟାରେ ମା’ ପଞ୍ଚ ଠାକୁରାଣୀ (କନକା, କାଳୁଆ, ତାରା ତାରିଣୀ, କାଳୀ ଓ ଫୁଲ ସୁନ୍ଦରୀ)ଙ୍କ ଘଟ ପର୍ଯ୍ୟାୟକ୍ରମେ ଗୋଟିଏ ଦିନ ପୂର୍ବଖଣ୍ଡ ରାଧାକାନ୍ତ ସାହି, ରଥସାହି, ଥାନା, ଜଗନ୍ନାଥ ବଜାର, ହନୁମାନ ବଜାର, ଧୋବା ସାହି, କଲେଜ ଛକ, ଅମୁଣିଆ ସାହି, ପୋଷ୍ଟ ଅଫିସ ସାହି, ସୁନାରିତୋଟା ସାହି ପରିକ୍ରମାରେ ଯାଉଥିବାବେଳେ ଆଉ ଗୋଟିଏ ଦିନ ପଶ୍ଚିମ ଖଣ୍ଡ ନଇତଟ ସାହି, ଗଡ ସାହି, କନକା ସାହି, ନନ୍ଦିକ ସାହି, ଚିଙ୍ଗୁଡିଆପଦର ସାହି, କାଳୀ ମନ୍ଦିର ଛକ ଅଭିମୁଖେ ପରିକ୍ରମା କରିବାରେ ଲାଗିଛନ୍ତି। ଏହି ପରିକ୍ରମାବେଳେ ସମସ୍ତ ଜନସାଧାରଣ ତାଙ୍କ ଘର ସମ୍ମୁଖରେ ପୂଜାର୍ଚ୍ଚନା କରିବାରେ ଲାଗିଛନ୍ତି। ଏନେଇ ସମଗ୍ର ସହର ଉତ୍ସବମୁଖର ହୋଇ ପଡିଛି। ଦିନକୁଦିନ ଭକ୍ତଙ୍କ ଭିଡ ଜମିବାରେ ଲାଗିଛି। ଏହି ଯାତ୍ରାକୁ ଯାତ୍ରା ଅଧିକାରୀ ରମାକାନ୍ତ ଦାଶ, ସଭାପତି କେ. ଶ୍ୟାମମୂର୍ତ୍ତୀ ଆଚାରି, ସମ୍ପାଦକ ପ୍ରହଲ୍ଲାଦ ସାହୁ, କୋଷାଧ୍ୟକ୍ଷ ମନୋରଞ୍ଜନ ଦାଶ, ରବୀନ୍ଦ୍ରକୁମାର ମହାରଣା, ରୁପେଶ କୁମାର ସାହୁ, କୃଷ୍ଣଚନ୍ଦ୍ର ଦାଶଙ୍କ ସମେତ ସମସ୍ତ ସସଦ୍ୟ ପରିଚାଳନାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri