ଠିକ୍‌ ସମୟରେ ହୋଇପାରିଲାନି ଚିକିତ୍ସା: ସାପ କାମୁଡ଼ାରେ ମହିଳାଙ୍କ ଜୀବନ ଗଲା

କେନ୍ଦୁଝର,୧୩ା୬(ସ୍ବ.ପ୍ର.): ୧୦୮ ଆମ୍ବୁଲାନ୍ସ ନ ଆସିବା ଓ ଡାକ୍ତରଖାନାରେ ଇଞ୍ଜେକ୍ସନ ଅଭାବରୁ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକ ହେଲେ ହରିଚ଼ନ୍ଦନପୁର ବ୍ଲକ ରାଇଡ଼ିଆ ଗ୍ରାମର ଜିତ଼େନ୍ଦ୍ର ନାଏକଙ୍କ ସ୍ତ୍ରୀ ଦମୟନ୍ତୀ(୪୦)।
ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିିତ଼ ରାତ଼ିରେ ଦମୟନ୍ତୀ ଘରେ ଶୋଇଥିବା ବେଳେ ଏକ ପାହାଡ଼ିଆ ଚ଼ିତ଼ିସାପ ତାଙ୍କ ଗୋଡ଼କୁ କାମୁଡ଼ି ଦେଇଥିଲା। ସେ ଚ଼ିତ୍କାର କରିବାରୁ ପରିବାରଲୋକେ ସାପଟିକୁ ଏକ ମାଛଧରା ଜାଲରେ କାବୁ କରି ନେଇଥିଲେ। ଡ଼ାକ୍ତରଖାନା ନେବାକୁ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ ମଧ୍ୟ ଆମ୍ବୁଲାନ୍ସ ଆସି ନ ଥିଲା। ବାଧ୍ୟହୋଇ ଜଣେ ପଡ଼ୋଶୀଙ୍କ ବାଇକ୍‌ରେ ନେଇ ପ୍ରଥମେ ହରିଚ଼ନ୍ଦନପୁର ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ସାପ କାମୁଡ଼ା ଇଞ୍ଜେକ୍ସନ ନ ଥିବାରୁ ଡ଼ାକ୍ତର ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟଚ଼ିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ସେଠାରେ ମଧ୍ୟ ସରକାରୀ ଆମ୍ବୁଲାନ୍ସ ମିଳି ନ ଥିଲା। ପରେ ଏକ ଘରୋଇ ଆମ୍ବୁଲାନ୍ସ ଭଡ଼ାକରି ରାତି ୨ଟା୩୦ରେ କେନ୍ଦୁଝର ମୁଖ୍ୟ ଚ଼ିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଚ଼ିକିତ୍ସା ଚ଼ାଲିଥିବା ବେଳେ ସକାଳ ୬ଟା୩୦ସମୟରେ ଦମୟନ୍ତୀଙ୍କର ମୃତ୍ୟୁ ଘଟିଥିଲା। କେନ୍ଦୁଝର ଜିଲାରେ ବିଭିନ୍ନ ସମୟରେ ସାପ କାମୁଡ଼ାରେ ବହୁ ଲୋକଙ୍କ ମୃତ୍ୟୁ ଘଟୁଥିବାବେଳେ ଡ଼ାକ୍ତରଖାନାରେ ସାପ କାମୁଡ଼ା ଇଞ୍ଜେକ୍ସନ ମିଳୁ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ମୃତ ଦମୟନ୍ତୀଙ୍କର ଦୁଇ ନାବାଳକ ପୁତ୍ର ଅସହାୟ ହୋଇ ପଡ଼ିଥିବାରୁ ତାଙ୍କ ପରିବାରକୁ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri