ଠେଙ୍ଗାରେ ବନ କର୍ମଚାରୀଙ୍କୁ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ ବନମାଳୀ ଗ୍ରାମରେ ଜଣେ ବନ କର୍ମଚାରୀଙ୍କୁ ଠେଙ୍ଗାରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ସମ୍ପୃକ୍ତ ଉକ୍ତ ଗ୍ରାମର କାଳିଆ ସାହୁଙ୍କୁ କେ. ନୂଆଗାଁ ଥାନା ପୋଲିସ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ସେଠାରେ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ଜେଲକୁ ପଠାଇ ଦିଆଯାଇଛି।
ତଦନ୍ତକାରୀ ପୋଲିସ ଅଧିକାରୀ ନୂଆପଡ଼ା ଫାଣ୍ଡି ଏସଆଇ କ୍ଷୀରୋଦ ଚନ୍ଦ୍ର ବେହେରାଙ୍କ ସୂଚନାନୁଯାୟୀ, ଗତ ରବିବାର ସନ୍ଧ୍ୟା ପ୍ରାୟ ସାଢ଼େ ୫ଟାରେ ମହିଳା ବନରକ୍ଷୀ ଅଶ୍ୱିନୀ କୁମାରୀ ନାହାକଙ୍କ ସହ ପାରା ବନ କର୍ମଚାରୀ ଗୁରୁନାଥ ଗୌଡ଼ ବନମାଳୀ ଗ୍ରାମରେ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ଅଭିଯୁକ୍ତ କାଳିଆ ଚୋରା କାଠ ମହଜୁଦ ରଖିଥିବା ଜଣାପଡିଥିଲା। ଏ ନେଇ ଗୁରୁନାଥ କାଳିଆଙ୍କୁ ପଚାରିବାରୁ ସେ ଉତ୍ତେଜିତ ହୋଇ ଏକ ଠେଙ୍ଗାରେ ତାଙ୍କ ମୁଣ୍ଡକୁ ପ୍ରହାର କରିଥିଲେ। ପ୍ରତିବାଦ କରିବାରୁ ମହିଳା ବନରକ୍ଷୀ ଅଶ୍ୱିନୀ କୁମାରୀଙ୍କୁ କାଳିଆଙ୍କ ମା’ କାତିଧରି ଆକ୍ରମଣ ପାଇଁ ଉଦ୍ୟମ କରିଥିଲେ ବୋଲି ଏତଲାରେ ଉଲ୍ଲେଖ ରହିଛି। ମହିଳା ବନରକ୍ଷୀଙ୍କ ଏତଲାକୁ ଭିତ୍ତିକରି ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ଆକ୍ରମଣରେ ବ୍ୟବହୃତ ଠେଙ୍ଗାକୁ ଜବତ କରାଯାଇଥିବା ତଦନ୍ତକାରୀ ପୋଲିସ ଅଧିକାରୀ କହିଛନ୍ତି। ଏହା ସହ ଥାନାରେ ନଂ. ୫୭/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri