ଡକାୟତି ଉଦ୍ୟମ ପଣ୍ଡ : ଅଟକ ୨ ଡକାୟତ ଜେଲ ଗଲେ

ରଣପୁର,୧୪ା୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାରେ ଅଟକ ଥିବା ୨ ଡକାୟତ ଡମସାହିର ଯଶୋଦା ପ୍ରଧାନ (୩୮) ଓ ସୁବ୍ରତ ନାୟକ (୪୫)ଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରଥିଲା। ଜାମିନ ନାମଞ୍ଜୁର ପରେ ଉଭୟଙ୍କୁ ରଣପୁର ସବ୍‌ଜେଲକୁ ପଠାଇ ଦିଆଯାଇଛ। ଥାନା ଆଇଆଇସି ରଶ୍ମିରଞ୍ଜନ ଦାଶ, ଏସ୍‌ଆଇ ପ୍ରୀତି ପ୍ରକାଶ ମହାନ୍ତି ରବିବାର ଏକ ଖବରଦାତା ସମ୍ମିଳନୀ କରି କହିଥିଲେ, ନୟାଗଡ଼ ଜିଲା ଶରଣକୁଳ ଥାନା ମଗରବନ୍ଧ ପଞ୍ଚାୟତ ଫାସିପଲ୍ଲୀ ନୂଆଗଁାରେ ଯଶୋଦାଙ୍କ ଘର। ତେବେ ସେ ରଣପୁର ଥାନା ଡମସାହିରେ ରହୁଥିଲେ। ରଣପୁର ସୁନା ଦୋକାନ ଲୁଟ୍‌ ଘଟଣାରେ ଯଶୋଦା ଜେଲରେ ଥିଲେ। କିଛିଦିନ ହେଲା ସେ ଜାମିନରେ ଆସି ପୁଣି ଡକାୟତି ଯୋଜନା କରୁଥିଲେ। ଅସୁରକୁମାରୀ ଜଙ୍ଗଲରେ ୫ଜଣ ଡକାୟତ ଡକାୟତି ପାଇଁ ପ୍ରସ୍ତୁତ ହେଉଥିବାବେଳେ ପୋଲିସ ଶୁକ୍ରବାର ରାତିରେ ଚଢ଼ାଉ କରି ଏହି ଯୋଜନା ପଣ୍ଡ କରିଥିଲା । ଘଟଣାସ୍ଥଳରୁ ଯଶୋଦା ଓ ସୁବ୍ରତଙ୍କୁ ନିଜ ହେପାଜତକୁ ନେଇଥିବାବେଳେ ଅନ୍ୟ ୩ଜଣ ଫେରାର ହୋଇଯାଇଥିଲେ। ଉଭୟଙ୍କଠାରୁ ବନ୍ଧୁକ, ବୁଲେଟ ଚେନ, ଖଣ୍ଡା, ଓଡି୦୨ଏଏଚ୍‌-୯୮୯୧ନଂ. ବାଇକ୍‌, ନମ୍ବରବିହୀନ କାର ଜବତ ହୋଇଛି। ଯଶୋଦାଙ୍କ ନଁାରେ ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀର ବିଭିନ୍ନ ଥାନାରେ ୫୦ରୁ ଊର୍ଦ୍ଧ୍ୱ ମାମଲା ରହିଛି । ପୋଲିସ ୩୯୯, ୪୦୨, ଆର/ଡବ୍ଲୁ ୨୫ (୧ବି) (କ)ଆର୍ମସ ଆକ୍ଟ ୧୯୫୯ ଦଫାରେ ମାମଲା (ନଂ. ୨୧୪/୧୯) ରୁଜୁ କରି ଘଟଣାର ତଦନ୍ତ କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri