ଡକାୟତି ଉଦ୍ୟମ ପଣ୍ଡକଲା ଅନୁଗୋଳ ପୋଲିସ: ୭ ଜଣଙ୍କୁ ମାଡ଼ି ବସିଲା, ଜଣେ ଫେରାର

ଅନୁଗୋଳ ଅଫିସ, ୪।୯-ଅନୁଗୋଳ ପୋଲିସ ସୋମବାର ବିଳମ୍ବିତ ରାତିରେ ଏକ ଡକାୟତ ଗ୍ୟାଙ୍ଗକୁ କାବୁ କରିଛି। ଗ୍ୟାଙ୍ଗର ୭ ସଦସ୍ୟଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ନିକଟରୁ ଦୁଇଟି ଭୁଜାଲି, ୨ ଖଣ୍ଡା, ୬ ମୋବାଇଲ, ଗୋଟିଏ ମୋଟର ସାଇକେଲ ସହ ଏକ ସ୍କୁଟି ଜବତ କରାଯାଇଛି। ଦୁର୍ବୃତ୍ତମାନେ ତୁରଙ୍ଗସ୍ଥିତ ଇନ୍ଦ୍ରାଣୀ ନଗରଠାରେ ଡକାୟତି ପାଇଁ ଯୋଜନା କରୁଥିବା ଖବରପାଇ ପୋଲିସ ଚଢ଼ାଉ କରିଥିଲା। ହେଲେ ଘଟଣାସ୍ଥଳରୁ ଜଣେ ଫେରାର ହୋଇଯାଇଥିବା ପୋଲିସ ସୂଚନା ଦେଇଛି।
ପୋଲିସ କହିଛି, ଗିରଫ ୭ ଦୁର୍ବୃତ୍ତ ପଞ୍ଚମହଲା ଅଞ୍ଚଳର ଅନିଲ ବେହେରା(୨୫), ରନ୍ତଲେଇର ଜଗା ଓରଫ ଜଗନ ସେନାପତି(୨୩), ତୁରଙ୍ଗ ବିକାଶ ନଗରର ଅଜୟକାନ୍ତ କର(୨୨), ତୁରଙ୍ଗ କାମନାସାହିର ଆଶିଷ ନାୟକ(୨୩), ହେମସୁରପଡ଼ା ମୋଚିସାହିର ପାପୁଲୁ ଓରଫ ରୀତିକ୍‌ ବାରିକ(୧୯), ହେମସୁରପଡ଼ାର ଦୀପକ ମହାନ୍ତି(୩୨) ଓ ହେମସୁରପଡ଼ା ହରିଜନସାହିର ଠୁରା ଓରଫ ଦେବାଶିଷ ନାଏକ(୨୨) ରାଜପଥରେ ଟ୍ରକ୍‌ଗୁଡ଼ିକରୁ ଲୁଟ୍‌ପାଟ କରିବା ପାଇଁ ଯୋଜନା କରୁଥିଲେ। ଏଥିସହ ପାର୍ବଣ ସମୟରେ ଏମାନେ ବିଭିନ୍ନ ସ୍ଥାନରେ ଲୁଟ୍‌ ଯୋଜନା ରଖିଥିଲେ। ସେମାନଙ୍କ ନାମରେ ପୂର୍ବରୁ ଜିଲାର ବିଭିନ୍ନ ଥାନାରେ ସଙ୍ଗିନ ମାମଲା ରହିଛି। ନଂ. ୬୮୩/୧୯ରେ ମାମଲା ରୁଜୁ କରାଯାଇ ସମସ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏସ୍‌ଆଇ ସତ୍ୟ ରଞ୍ଜନ ଲେଙ୍କା ଓ ବିପ୍ଳବ ସାହୁଙ୍କ ନେତୃତ୍ୱରେ ଏଏସ୍‌ଆଇ ଜୟଚନ୍ଦ୍ର ସାହୁ, ପ୍ରଶାନ୍ତ କୁମାର ସାହୁଙ୍କ ସହ ଅନ୍ୟ କର୍ମଚାରୀମାନେ ଏହି ଚଢ଼ାଉ କରିଥିବା ଅନୁଗୋଳ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri