ଡକାୟତି ଯୋଜନା ପଣ୍ଡ କଲା ବ୍ରଜରାଜନଗର ପୋଲିସ: ୩ ଅଭିଯୁକ୍ତ ଗିରଫ, ୪ ଫେରାର

ଝାରସୁଗୁଡା ଅଫିସ/ଲଖନପୁର, ୨୭।୯(ଡି.ଏନ.ଏ.)-ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳରେ ଦିନକୁୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଅସାମାଜିକ ବ୍ୟକ୍ତିମାନେ ପୋଲିସକୁ ଚ୍ୟାଲେଞ୍ଜ କରି ଅଞ୍ଚଳରେ ନିଜର କାୟା ବିସ୍ତାର କରିଚାଲିଛନ୍ତି। ପୋଲିସ ମଧ୍ୟ ଏମାନଙ୍କ ଉପରେ କଡା ନଜର ରଖିଛି। ଗତ ଗୁରୁବାର ରାତିରେ କେତେକ ଅସାମାଜିକ ଯୁବକ ସଶସ୍ତ୍ର ଡକାୟତି ପାଇଁ ଯୋଜନା ଚଳାଇଥିଲେ। ବିଶେଷ ସୂତ୍ରରୁ ଖବରପାଇ ବ୍ରଜରାଜନଗର ଥାନା ପୋଲିସ ରାମପୁର ହିଲ୍‌ ଟପ୍‌ କଲୋନୀର ଏକ ପରିତ୍ୟକ୍ତ ଘର ଉପରେ ଚଢାଉ କରିଥିଲା । ଏହି ସମୟରେ ଦୁର୍ବତ୍ତମାନେ ପୋଲିସ ଉପରକୁ ଗୁଳି ଚଳାଇ ଫେରାର ହୋଇଯିବା ଉଦ୍ୟମ କରିଥିଲେ। ପୋଲିସ ୭ ଦୁର୍ବୃତ୍ତଙ୍କ ମଧ୍ୟରୁ ୩ଜଣଙ୍କୁ ଗିରଫ କରିବା ପାଇଁ ସକ୍ଷମ ହୋଇଥିବା ବେଳେ ଘଟଣାସ୍ଥଳରୁ ୪ଜଣ ଫେରାର ହୋଇଯାଇଥିଲେ। ଗିରଫ ଅଭିଯୁକ୍ତମାନେ ହେଲେ ରାମପୁର ଅଞ୍ଚଳର ଗୁଡୁ ସିଂହ, ଶ୍ୟାମ ସହିସ ଓ ପୂର୍ଣ୍ଣ ସାଗର। ଏମାନଙ୍କ ନିକଟରୁ ପୋଲିସ ଏକ ପିସ୍ତଲ, ଗୁଳି ଆଦି ବିଭିନ୍ନ ମାରଣାସ୍ତ୍ର ଜବତ କରିଛି। ଏନେଇ ପୋଲିସ ବ୍ରଜରାଜନଗର ଥାନାରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଖୁବ୍‌ଶୀଘ୍ର ଫେରାର ଅଭିଯୁକ୍ତଙ୍କୁ ପୋଲିସ ଧରିବା ପାଇଁ ପ୍ରୟାସ ଚଳାଇଛି। ତେବେ ଧରାପଡିଥିବା ଅଭିଯୁକ୍ତମାନେ ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷଙ୍କ ସହଯୋଗୀ ବୋଲି ପୋଲିସ ଜାଣିବାକୁ ପାଇଛି। ପୋଲିସର ତପ୍ତରତା ପାଇଁ ବଡଧରଣର ଅଘଟଣକୁ ଏଡାଇ ଦିଆଯାଇପାରିଛି ବୋଲି ଚର୍ଚ୍ଚା ହେଉଛି।

ସୂଚନାଯୋଗ୍ୟ, ଦୁଇ ସପ୍ତାହତଳେ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷଙ୍କ ଆଉ ଜଣେ ସହଯୋଗୀ ବିନୋଦ ପ୍ରସାଦଙ୍କୁ ଏନ୍‌କାଉଣ୍ଟର କରି ଧରିଥିଲା । ଏବେ ଅପରାଧୀ ଗୋଷ୍ଠୀଙ୍କ ଉପରେ ପୋଲିସ କଡା ନଜର ରଖିଛି । ଏନେଇ ଝାରସୁଗୁଡା ଏସ୍‌ପି ଅଶ୍ବନୀ କୁମାର ମହାନ୍ତି ବ୍ରଜରାଜନଗର ଥାନାରେ ଏକ ଖବରଦାତା ସମ୍ମିଳନୀ କରି ଘଟଣା ସମ୍ପର୍କରେ ଗଣମାଧ୍ୟମ ସମ୍ମୁଖରେ ସବିଶେଷ ସୂଚନା ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୬।୫: ଟିକେଟ୍‌ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri