ଡକାୟତି ଯୋଜନା ପଣ୍ଡ, ୪ ଗିରଫ

ଅନୁଗୋଳ ଅଫିସ, ୮।୧୧-ଅନୁଗୋଳ ଜିନ୍ଦଲ ରୋଡରେ ଥିବା ଗାଣ୍ଡୁ ପଡ଼ିଆରେ ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା କରୁଥିବାବେଳେ ୪ ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେମାନେ ହେଲେ କୁମଣ୍ଡର ଅନିଲ ସେଠୀ, ହେମସୁରପଡ଼ାର ରାଜୁ ବେହେରା ଓ ଅନ୍ୟ ୨ ଜଣ ନାବାଳକ ବୋଲି ଜଣାପଡିଛି। ସେମାନଙ୍କ ନିକଟରୁ ଭୁଜାଲି, ଛୁରି ଓ ଲୁହା ରଡ ଜବତ କରାଯାଇଛି।
ପୋଲିସ ସୂଚନା ମୁତାବକ, ଅନିଲ ଓ ରାଜୁ ଅନ୍ୟ ଦୁଇ ଜଣ ନାବାଳକଙ୍କ ସହ ମିଶି ଡକାୟତି ଯୋଜନା କରୁଥିବାବେଳେ ଅନୁଗୋଳ ଥାନା ଏସ୍‌ଆଇ ପ୍ରକାଶ ଚନ୍ଦ୍ର ମାଝି କୌଣସି ସୂତ୍ରରୁ ସୂଚନା ପାଇଥିଲେ। ଏସ୍‌ଆଇ ସତ୍ୟରଞ୍ଜନ ଲେଙ୍କା ଓ ଅନ୍ୟମାନଙ୍କୁ ଧରି ସେ ଉକ୍ତ ପଡିଆରେ ଚଢ଼ାଉ କରିଥିଲେ। ଏକ ଟ୍ରକ୍‌କୁ ଲୁଟ କରିବାକୁ ସେମାନଙ୍କ ଯୋଜନା ରହିଥିଲା ବୋଲି ପୋଲିସ କହିଛି। ଦୁଇ ନାବାଳକଙ୍କୁ ବାଳ ସୁଧାର ଗୃହକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୯ ଥର ରକ୍ତଦାନ କରି ଚର୍ଚ୍ଚାରେ ଦିବ୍ୟାଙ୍ଗ ଶିକ୍ଷକ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

ଜୁନାଗଡ଼ରେ ଏନଫୋର୍ସ ଟିମର ଖାଦ୍ୟ ସାମଗ୍ରୀ ଯାଞ୍ଚ

ଜୁନାଗଡ଼,୧୮।୪(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ଏନଫୋର୍ସ ଟିମ ପକ୍ଷରୁଖାଦ୍ୟ ସାମଗ୍ରୀ ଯାଞ୍ଚ କରାଯାଇଛି। ଏହି ଟିମରେ ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ,ଜୁନାଗଡ଼…

ସିବିଏସ୍‌ଇ ଦଶମ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦଶମ ପରୀକ୍ଷାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ର ବବୁଲ କୁମାର ମେହେର ୯୭.୬୦%…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri