ଡକାୟତି ଯୋଜନା ପଣ୍ଡ: ୮ ଗିରଫ, ମାରଣାସ୍ତ୍ର ଜବତ

ହିଞ୍ଜିଳିକାଟୁ,୧୨ା୬(ଡି.ଏନ୍‌.ଏ)-ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗୋପୀନାଥପୁରଠାରେ ଏକ ରାଜପଥ ଲୁଟେରା ଗ୍ୟାଙ୍ଗ ଗୁରୁବାର ବିଳମ୍ବିତ ରାତିରେ ଡକାୟତି ପାଇଁ ଯୋଜନା କରୁଥିବାବେଳେ ହିଞ୍ଜିଳି ପୋଲିସ ଏହାକୁ ପଣ୍ଡ କରିଛି। ଏହି ଘଟଣାରେ ୮ଜଣଙ୍କୁ ଗିରଫ କରାଯାଇଥିବାବେଳେ ସେମାନଙ୍କଠାରୁ ୨ବାଇକ, ଗୋଟିଏ ପିସ୍ତଲ, ୨ବୋମା ସମେତ ମାରଣାସ୍ତ୍ର ଜବତ କରାଯାଇଛି। ଗିରଫମାନେ ହେଲେ ଆସିକା ଥାନା ପୁଡ଼ୁଗଶ୍ୱରପଲୀର ସନାତନ ମହାନ୍ତି, କୋଟିନଡ଼ାର କାଳୁଚରଣ ପାତ୍ର, ଖଲ୍ଲିକୋଟ ଥାନା ନୂତନ ବ୍ରହ୍ମପୁରର ନରହରି ପାଣ୍ଡି, ତେନ୍ତୁଳିଆପଦାର ମିଥୁନ ସାହାଣୀ, ଶିବ ଜାଲି, କାହ୍ନା ସାହାଣୀ, ଗାଙ୍ଗପୁର ଥାନା ବରଡ଼ ଗ୍ରାମର ଭଗବାନ ନାଇକ ଓ ପୋଲସରା ସୂର୍ଯ୍ୟନଗର ଅଞ୍ଚଳର ଯଜ୍ଞ ପ୍ରଧାନ। ଏ ନେଇ କେସ ନଂ. ୧୯୭/୨୦ରେ ମାମଲା ରୁଜୁ ହୋଇଛି। ଗିରଫମାନଙ୍କୁ ଶୁକ୍ରବାର କୋର୍ଟଚାଲାଣ କରାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri