Posted inଫୁରସତ

ଡକ୍ଟର ମ୍ୟାଙ୍ଗୋ

ଲକ୍ଷ୍ନୌ: କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସେବା ଓ ନିଷ୍ଠାପର କାମକୁ ସମ୍ମାନ ଜଣାଇବା ପାଇଁ ଆସିଛି ଡକ୍ଟର ମ୍ୟାଙ୍ଗୋ। କଥାଟା ଶୁଣିବାକୁ ହୁଏତ ଟିକିଏ ଅଡୁଆ ଲାଗିପାରେ। କିନ୍ତୁ ଏଭଳି ଏକ ଆମ୍ବ ଏବେ ବଜାରକୁ ଆସିଛି ଖାସ୍‌ ଡାକ୍ତରଙ୍କ ସେବାକୁ ମନେପକାଇ ସେମାନଙ୍କୁ ସମ୍ମାନ ଦେବା ପାଇଁ। ଏଭଳି ଏକ ଆମ୍ବ କିସମ ତିଆରି କରିଛନ୍ତି ମ୍ୟାଙ୍ଗୋ ମ୍ୟାନ୍‌ ହାଜି କାଲିମୁଲ୍ଲା। ସେ ହେଉଛନ୍ତି ଉତ୍ତରପ୍ରଦେଶ ଲକ୍ଷ୍ନୌସ୍ଥିତ ମାଲିହାବାଦର ବାସିନ୍ଦା। ପ୍ରାୟ ୩୦୦ରୁ ଅଧିକ କିସମର ଆମ୍ବ ଚାଷ କରି ସଫଳ ହୋଇଛନ୍ତି ହାଜି। ସେଥିପାଇଁ ମ୍ୟାଙ୍ଗୋ ମ୍ୟାନ୍‌ଭାବେ ସ୍ଥାନୀୟ ଅଞ୍ଚଳରେ ସେ ବେଶ୍‌ ପରିଚିତ। ସ୍ବତନ୍ତ୍ର ଭାବରେ ଆମ୍ବଚାଷ କରି ସଫଳତା ହାସଲ କରିଥିବା ଏହି ଆମ୍ବ ଚାଷୀ ଜଣକ ଆଧୁନିକ ପ୍ରଣାଳୀ ଆପଣାଇ ଗୋଟିଏ ଗଛରେ ୩୦୦ ପ୍ରକାରର ଆମ୍ବ ସୃଷ୍ଟି କରି ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସେଥିପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନ ବି ମିଳିଛି। ଏବେ ଏହି ମ୍ୟାଙ୍ଗୋ ମଣିଷ ଦଶହରି ଆମ୍ବର ଆଉ ଏକ ନୂଆ କିସମ ସୃଷ୍ଟି କରିଛନ୍ତି, ଯାହାର ନାଁ ରଖିଛନ୍ତି ଡକ୍ଟର ମ୍ୟାଙ୍ଗୋ। ଏଭଳି ନାଁ ରଖି ସେ ଦେଶରେ କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କୁ ସମ୍ମାନ ଜଣାଇବାକୁ ଚାହୁଁଥିବା କହିଛନ୍ତି। ବିଭିନ୍ନ ନୂଆ କିସମ ଆମ୍ବର ସ୍ବତନ୍ତ୍ର ନାଁ ପାଇଁ ମ୍ୟାଙ୍ଗୋ ମ୍ୟାନ୍‌ ହାଜି ବେଶ୍‌ ଜଣାଶୁଣା। ତାଙ୍କର ବିଭିନ୍ନ ପ୍ରକାର ଆମ୍ବର ନାଁ ଯଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ, ସଚିନ୍‌ ତେନ୍ଦୁଲକର ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri