ଡଙ୍କଲପାଡୁ ବସ୍‌ ଟ୍ରାଜେଡି: ଏସ୍‌ସିବିରେ ନାବାଳିକାଙ୍କ ମୃତ୍ୟୁ, ୧୨ରେ ପହଚିଂଲା  ମୃତ୍ୟୁସଂଖ୍ୟା

ଗୋପାଳପୁର,୨୭ା୪- ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଫେବୃଆରୀ ୯ ତାରିଖରେ ନିର୍ବନ୍ଧ ପାଇଁ ଯାଉଥିବା ବସ୍‌ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୧୧ଜଣଙ୍କ ମୃତ୍ୟୁ ଘଟିଥିଲା।
ଏଥିରେ ଗୁରୁତର ଆହତ ହୋଇ କଟକ ବଡ ମେଡିକାଲରେ ଚିକିତ୍ସାଧୀନ ଜଣେ ନାବାଳିକାଙ୍କ ସୋମବାର ମୃତ୍ୟୁ ଘଟିଛି। ସେ ହେଲେ ଇନ୍ଦ୍ରାକ୍ଷୀ ଗ୍ରାମର ପି.ଭାରତୀ ରେଡ୍ଡୀ (୧୩)। ଭାରତୀଙ୍କୁ ମିଶାଇ ମୃତ୍ୟୁସଂଖ୍ୟା ୧୨ରେ ପହଞ୍ଚତ୍ଛି। ଭାରତୀ କଟକ ବଡ ମେଡିକାଲରେ ଚିକିତ୍ସିତ ହେଉଥିଲେ। ଫେବୃଆରୀ ୧୭ରେ ବାମ ହାତ କାନ୍ଧ ପର୍ଯ୍ୟନ୍ତ କାଟି ଅସ୍ତ୍ରୋପଚାର କରାଯାଇଥିଲା। ପର୍ଯ୍ୟାୟକ୍ରମେ ତିନି ଥର ଭାରତୀଙ୍କ ପ୍ଲାଷ୍ଟିକ ସର୍ଜରୀ କରାଯାଇଥିଲା। ଗତ ୩ ଦିନ ତଳେ ପୁଣି ଭାରତୀଙ୍କ ପ୍ଲାଷ୍ଟିକ ସର୍ଜରୀ ପରେ ଅବସ୍ଥା ଗୁରୁତର ହୋଇପଡିଥିଲେ। ରବିବାର ତାଙ୍କର ମୃତ୍ୟୁ ଘଟିଥିଲା। ସୋମବାର ସନ୍ଧ୍ୟାରେ ଭାରତୀଙ୍କ ପରିବାରକୁ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ୨ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ସୂଚନାଥାଉକି ଗୋଳନ୍ଥରା ଥାନା ଅନ୍ତର୍ଗତ ଡଙ୍କଲପଡୁ ଗ୍ରାମର ୟୁ.ଅଶୋକ ରେଡ୍ଡୀଙ୍କ ନିର୍ବନ୍ଧ ପାଇଁ ବସରେ ଚିକରଡା ଗ୍ରାମ ଯାଉଥିବା ବେଳେ ଡଙ୍କଲପାଡୁ ରାସ୍ତାରେ ଏହି ଅଘଟଣ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri