Posted inଖେଳ

ଡଚ୍‌ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ମୀର, ମାନସୀଙ୍କୁ ବ୍ରୋଞ୍ଜ ପଦକ

ନୂଆଦିଲ୍ଲୀ, ୨ା୩ (ପି.ଟି.)-ଭାରତୀୟ ବାଳିକା ବ୍ୟାଡ୍‌ମିଣ୍ଟନ ଖେଳାଳି ତସନିମ ମୀର ଏବଂ ମାନସୀ ସିଂ ନେଦରଲାଣ୍ଡ୍ସର ହାର୍ଲେମ୍‌ଠାରେ ଅନୁଷ୍ଠିତ ୟୋନେକ୍ସ ଡଚ୍‌ ଜୁନିୟର ଇଣ୍ଟରନ୍ୟାଶନାଲ ୨୦୨୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ବାଳିକା ସିଙ୍ଗଲ୍ସରେ ଗୋଟିଏ ଲେଖାଏଁ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ବିଡବ୍ଲ୍ୟୁଏଫ୍‌ ଜୁନିୟର ଇଣ୍ଟରନ୍ୟାଶନାଲ ଗ୍ରାଁ ପ୍ରି ଟୁର୍ନାମେଣ୍ଟର ବାଳିକା ସିଙ୍ଗଲ୍ସରେ ଭାରତ ପ୍ରଥମ ଥର ଦୁଇଟି ବ୍ରୋଞ୍ଜ ପଦକ ଜିତିପାରିଛି। ରବିବାର ଅନୁଷ୍ଠିତ ସେମିଫାଇନାଲରେ ମୀର ତୃତୀୟ ସିଡ୍‌ ସୋ ୟୁଲ୍‌ ଲି’ଙ୍କ ବିପକ୍ଷରେ ଲଢୁଆ ପ୍ରଦର୍ଶନ କରିଥିଲେ ହେଁ ୧୯-୨୧, ୧୦-୨୨ରେ ପରାସ୍ତ ହୋଇଥିଲେ। ଗତବର୍ଷ ଦୁବାଇ ଇଣ୍ଟରନ୍ୟାଶନାଲ ସିରିଜରେ ସ୍ବର୍ଣ୍ଣ ପଦକ ଜିତିଥିବା ୧୧ତମ ସିଡ୍‌ ମୀର ଡଚ୍‌ ଟୁର୍ନାମେଣ୍ଟରେ ତାଙ୍କଠାରୁ ଉଚ୍ଚ ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳିଙ୍କ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିବା ଭାରତୀୟ ବ୍ୟାଡମିଣ୍ଟନ ଆସୋସିଏଶନ (ବାଇ) ପ୍ରକାଶ କରିଛି। ଟୁର୍ନାମେଣ୍ଟରେ ମାନସୀଙ୍କ ପ୍ରଦର୍ଶନ ମଧ୍ୟ ଉଚ୍ଚକୋଟୀର ରହିଛି। ସେ ସେମିଫାଇନାଲରେ କଡ଼ା ଟକ୍ୱର ଦେଇଥିଲେ ମଧ୍ୟ ଇଣ୍ଡୋନେସିଆର ସାଇଫି ରିଜ୍‌କା ନୁରହିଦୟାଙ୍କଠାରୁ ୧୧-୨୧, ୧୬-୨୧ରେ ହାରିଯାଇଥିଲେ। ଭାରତୀୟ ଖେଳାଳିମାନେ ବର୍ତ୍ତମାନ ବର୍ଲିନରେ ମାର୍ଚ୍ଚ ୪ରୁ ୮ ପର୍ଯ୍ୟନ୍ତ ହେବାକୁଥିବା ୟୋନେକ୍ସ ଜର୍ମାନ ଜୁନିୟର ୨୦୨୦ରେ ଭାଗ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri