Posted inଖେଳ

ଡଚ୍‌ ଓପନ୍‌ ବ୍ୟାଡମିଣ୍ଟନ: ଲକ୍ଷ୍ୟଙ୍କୁ ଟାଇଟଲ

ଅଲମେର,୧୩।୧୦(ପି.ଟି.)- ଉଦୀୟମାନ ବ୍ୟାଡମିଣ୍ଟନ ତାରକା ଭାରତର ଲକ୍ଷ୍ୟ ସେନ ଆଉ ଏକ ବିଶ୍ୱସ୍ତରୀୟ ସଫଳତା ଅର୍ଜନ କରିଛନ୍ତି। ନେଦରଲାଣ୍ଡ୍ସର ଅଲମେରଠାରେ ଖେଳାଯାଇଥିବା ଡଚ୍‌ ଓପନ୍‌ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ସେ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌ରେ ୧୮ ବର୍ଷୀୟ ଲକ୍ଷ୍ୟ ୧୫-୨୧, ୨୧-୧୪, ୨୧-୧୫ରେ ବିଶ୍ୱର ୧୬୦ ନମ୍ବର ଖେଳାଳି ଜାପାନର ୟୁସୁକ ଓନୋଡେରାଙ୍କୁ ପରାସ୍ତ କରି ଚାମ୍ପିୟନ ହୋଇଛନ୍ତି। ବିଜୟୀ ହେବା ପାଇଁ ତାଙ୍କୁ ୬୩ ମିନିଟ ସମୟ ଆବଶ୍ୟକ ହୋଇଥିଲା। ଏଥିସହିତ ଲକ୍ଷ୍ୟ କ୍ୟାରିୟରର ପ୍ରଥମ ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର ଟାଇଟଲ ହାସଲ କରିବାକୁ ସକ୍ଷମ ହୋଇଛନ୍ତି। ଏହି ଇଭେଣ୍ଟ ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର ସୁପର ୧୦୦ ବିବେଚିତ ହେଉଛି। ପ୍ରଥମ ଗେମ୍‌ରେ ପରାସ୍ତ ହୋଇଥିଲେ ମଧ୍ୟ ଲକ୍ଷ୍ୟ ପ୍ରତ୍ୟାବର୍ତ୍ତନ କରି ଦ୍ୱିତୀୟ ଓ ତୃତୀୟ ଗେମ୍‌କୁ ହାତେଇ ନେଇଥିଲେ। ଲକ୍ଷ୍ୟ ଏବେ ବିଶ୍ୱ ର଼୍ୟାଙ୍କିଙ୍ଗର ୭୨ତମ ସ୍ଥାନରେ ରହିଛନ୍ତି। ଗତମାସ ସେ ବେଲଜିଆନ ଓପନ ଟାଇଟଲ ହାସଲ କରିଥିଲେ। ଚଳିତ ବର୍ଷ ସେ ମଧ୍ୟ ପୋଲିସ୍‌ ଓପନ୍‌ ଫାଇନାଲରେ ପ୍ରବେଶ କରିଥିଲେ। ସେ ମଧ୍ୟ ଏସିଆନ ଜୁନିୟର ଚାମ୍ପିୟନଶିପ୍‌ରେ ଚାମ୍ପିୟନ ହୋଇଥିଲେ। ଯୁବ ଅଲିମ୍ପିକ୍ସ ଗେମ୍ସରେ ସେ ରୌପ୍ୟ ପଦକ ଜିତିଥିଲେ। ସେହିପରି ଗତବର୍ଷ ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ ସେ ବ୍ରୋଞ୍ଜ୍‌ ପଦକ ହାସଲ କରିଥିଲେ। ଜୁନିୟରସ୍ତରରେ ବେଶ ସଫଳ ରହିଥିବା ଲକ୍ଷ୍ୟ ବ୍ୟାଡିଣ୍ଟନ୍‌ରେ ଭାରତର ଭବିଷ୍ୟତ ବୋଲି ବିବେଚିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri