Posted inଖେଳ

ଡବ୍ଲ୍ୟୁବିବିଏଲରେ ନ ଖେଳି ପାରନ୍ତି ହରମନପ୍ରୀତ, ମନ୍ଧାନା, ରୋଡ୍ରିଗୁଏଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ବ୍ୟାଟ୍ସଓମ୍ୟାନ ହରମନପ୍ରୀତ କୌର, ସ୍ମ୍ରିତି ମନ୍ଧାନା ଓ ଜେମିମା ରୋଡ୍ରିଗୁଏଜ ଆସନ୍ତା ୧୮ରୁ ଡିସେମ୍ବର ୮ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ମହିଳା ବିଗ୍‌ ବାଶ ଲିଗ୍‌ (ଡବ୍ଲ୍ୟୁବିବିଏଲ)ର ପ୍ରଥମାର୍ଦ୍ଧରେ ନ ଖେଳି ପାରନ୍ତି। ଡବ୍ଲୁବିବିଏଲ ଓ ଭାରତୀୟ ଦଳର ଓ୍ବେଷ୍ଟଇଣ୍ଡିଜ ସମାନ ସମୟରେ ଖେଳାଯିବ। ଭାରତୀୟ ଦଳ ଆସନ୍ତା ମାସ ୨୩ ତାରିଖରେ ଓ୍ବେଷ୍ଟଇଣ୍ଡିଜ ଗସ୍ତ ରି ସେଠାରେ ମାସେ ଖେଳିବ। ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ୍‌ରେ ଭାରତୀୟ ଦଳ ବ୍ୟସ୍ତ ଅଛି। ଏହାପରେ ଉଭୟ ଦଳ ମଧ୍ୟରେ ୩ ଦିନିକିଆ ଖେଳାଯିବ। ମହିଳା ଖେଳାଳିଙ୍କୁ ବିଭିନ୍ନ ଦେଶର ଲିଗ୍‌ରେ ଅଂଶଗ୍ରହଣ କରିବାକୁ ବିସିସିଆଇ ବାଧା ଦେଉ ନାହିଁ। କିନ୍ତୁ ଜାତୀୟ ଦଳ ପାଇଁ ସେମାନଙ୍କ ଉପସ୍ଥିତି ଦରକାର ରହିଛି। ଏଣୁ ସେମାନଙ୍କୁ ଅନ୍ତର୍ଜାତୀୟ ସିରିଜ୍‌କୁ ଗୁରୁତ୍ୱ ଦେବାକୁ ପଡ଼ିବ ବୋଲି ବିସିସିଆଇ ଜେନେରାଲ ମ୍ୟାନେଜର (କ୍ରିକେଟ ଅପରେଶନ୍ସ) ସବା କରିମ କହିଛନ୍ତି। ଓ୍ବେଷ୍ଟଇଣ୍ଡିଜ ଗସ୍ତ କାର୍ଯ୍ୟସୂଚୀ ଯୋଗୁ ସିଡ୍‌ନୀ ଥଣ୍ଡର ଫ୍ରାଞ୍ଚାଇଜ ପକ୍ଷରୁ ହରମନପ୍ରୀତଙ୍କ ଚୁକ୍ତିର ସମୟସୀମାରେ ବୃଦ୍ଧି ହୋଇନାହଁ। ସେ ୨୦୧୬-୧୭ ସିଜନରେ ଦଳୀୟ ଲାଇନ ଅଫ୍‌ରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri