ଡମ୍ପରକୁ ଧକ୍କାଦେଲା ବାଇକ: ଆରୋହୀ ମୃତ

ଦାରିଙ୍ଗବାଡ଼ି,୨୨।୮(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସାରିଙ୍ଗିଇର୍ପି ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଡମ୍ପରକୁ ବାଇକ ପଛପଟୁ ଧକ୍କାଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଉକ୍ତ ଥାନା ଡବେରୀ ଗଁାର ଅଜିତ ମଲ୍ଲିକ। ସୂଚନାଯୋଗ୍ୟ, ବୁଧବାର ରାତିରେ ଅଜିତ ଏକ ଘରୋଇ ହୋଟେଲରେ କାର୍ଯ୍ୟକରି ବାଇକରେ ଘରକୁ ଫେରୁଥିବା ବେଳେ ରାସ୍ତା ଉପରେ ଠିଆ ହୋଇଥିବା ଡମ୍ପରକୁ ଧକ୍କା ଦେଇଥିଲେ। ଫଳରେ ଅଜିତ ଗୁରୁତର ଆହତ ହୋଇଥିଲେ। ରାତିରେ ଦାରିଙ୍ଗବାଡ଼ି ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଦେଖି ପୋଲିସ ଅଜିତଙ୍କୁ ତୁରନ୍ତ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ତେବେ ଡମ୍ପରଟି ଖରାପ ହୋଇଥିବା ବେଳେ କୌଣସି ପାକର୍ିଂ ଲାଇଟ ଲାଗି ନ ଥିବାରୁ ଏହି ଦୁର୍ଘଟଣା ଘଟିଥିବା ଗଁାଲୋକେ କହିଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। କୌଣସି ଆଇନଶୃଙ୍ଖଳା ପରିସ୍ଥିତି ନ ଉପୁଜିବା ପାଇଁ ସ୍ବାସ୍ଥ୍ୟକେନ୍ଦ୍ର ଓ ଦୁର୍ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର…

ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ

ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା।…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?