ଡମ୍ପିଂୟାର୍ଡକୁ ବିରୋଧ, ଆବର୍ଜନା ବୋଝେଇ ଗାଡ଼ି ଅଟକ

ଉଦଳା,୬ା୩(ଡ଼ି.ଏନ୍‌.ଏ.)- ଉଦଳା ଏନଏସିରେ ଡମ୍ପିଂୟାର୍ଡକୁ ନେଇ ଦୀର୍ଘ ଦିନରୁ ବିବାଦ ଲାଗି ରହିଛି। ଫଳରେ ୧୨ଟି ୱାର୍ଡର ଆବର୍ଜନା କେଉଁଠି ପଡ଼ିବ ତାହାକୁ ନେଇ ବାରମ୍ବାର ଏନଏସିକୁ ନାକେଦମ୍‌ ହେବାକୁ ପଡ଼ିଛି ା ଗୁରୁବାର ପୁଣି ଏହି ଡମ୍ପିଂୟାର୍ଡକୁ ନେଇ ଉତ୍ତେଜନାମୂଳକ ପରିସ୍ଥିତି ଦେଖା ଦେଇଥିଲା। ଜଙ୍ଗଲରେ ଆବର୍ଜନା ପକାଇବାକୁ ଯାଇଥିବା ଗାଡ଼ିକୁ ସ୍ଥାନୀୟ ବାସିନ୍ଦା ଅଟକାଇବା ସହିତ ଅଳିଆ ପକାଇବାକୁ ବିରୋଧ କରିଥିଲେ। ଏଭଳି ଘଟଣା ଦେଖିବାକୁ ମିଳିଛି ଉଦଳା ବ୍ଲକ ଅଧିନ ଶ୍ମଶାନ କାଳୀ ମନ୍ଦିର ଛକ ନିକଟରେ ା ପୂର୍ବାହ୍ନ ୧୦ଟା ସମୟରେ ଏନଏସି ପକ୍ଷରୁ ଆବର୍ଜନା ଉଠାଇବା ନିମନ୍ତେ ନିୟୋଜିତ ଟ୍ରାକ୍ଟର ଆବର୍ଜନା ନେଇ ସ୍ଥାନୀୟ ଶ୍ମଶାନ କାଳୀ ଜଙ୍ଗଲରେ ପକାଇବା ନିମନ୍ତେ ଯାଇଥିଲା ବେଳେ ତାହାକୁ ସ୍ଥାନୀୟ ଲୋକେ ଅଟକ ରଖିଥିଲେ। ଗାଡ଼ିି ସମ୍ମୁଖରେ ଧାରଣାରେ ବସି ଆବର୍ଜନା ପକାଇବାକୁ ବିରୋଧ କରିଥିଲେ ା ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଏନଏସିର ସମସ୍ତ ଆବର୍ଜନା ଜଙ୍ଗଲ ମଧ୍ୟରେ ୫ ବର୍ଷରୁ ଅଧିକ ହେବ ପଡ଼ି ଆସୁଛି ା ଫଳରେ ସ୍ଥାନୀୟ ଲୋକେ ନାନା ରୋଗରେ ଆକ୍ରାନ୍ତ ହେଉଛନ୍ତି। ଏହା ସହିତ ଆବର୍ଜନାକୁ ଖାଇ ଅନେକ ଗୋରୁ ଗାଈ ମଧ୍ୟ ମୃତ୍ୟୁମୁଖରେ ପଡ଼ୁଥିବା ନଜିର ରହିଛି। ଜଙ୍ଗଲ ନିକଟରେ ରହୁଥିବା ଗ୍ରାମବାସୀମାନଙ୍କ ଠାରୁ ଆରମ୍ଭ କରି ଛୋଟ ପିଲାମାନେ ବିଭିନ୍ନ ପ୍ରକାର ଚର୍ମ ରୋଗରେ ଆକ୍ରାନ୍ତ ହେଉଥିବା ଗ୍ରାମର ସଂଯୁକ୍ତା ପାତ୍ର, ବାସୁମଣୀ ସିଂ ଅଭିଯୋଗ କରିଛନ୍ତି। ଗତ ଦୁଇ ବର୍ଷ ମଧ୍ୟରେ ଜଙ୍ଗଲରେ ଆବର୍ଜନା ନ ପକାଇବା ନେଇ ବାରମ୍ବାର ଏନଏସି ଚେୟାରମ୍ୟାନଙ୍କ ଠାରୁ ଆରମ୍ଭ କରି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ତଙ୍କୁ ଅବଗତ କରାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳିପାରି ନାହିଁ ା ଗତ ଫେବୃଆରୀ ମାସ ସୁଦ୍ଧା ଜଙ୍ଗଲରେ ଅଳିଆ ଡମ୍ପ କରାଯିବ ନାହିଁ ଏବଂ ଅନ୍ୟତ୍ର ଆବର୍ଜନା ପକା ଯିବ ବୋଲି ଏନଏସି କର୍ତ୍ତୃପକ୍ଷ ସ୍ଥାନୀୟ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ ବୋଲି ଅଞ୍ଜନା ଖଣ୍ଡେଇ, ଏକାଦଶୀ ମିରିଡିଆ କହିଛନ୍ତି ା ହେଲେ ତାହା କାର୍ଯ୍ୟକାରୀ ନ ହେବାରୁ ସ୍ଥାନୀୟ ଶତାଧିକ ମହିଳା ଆବର୍ଜନା ଗାଡିକୁ ଅଟକାଇବା ସହିତ ଧାରଣାରେ ବସିଥିଲେ। ଖବର ପାଇ ଉଦଳା ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିଥିଲା। ଅନ୍ୟପଟେ ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଅନୁପସ୍ଥିତ ଥିବାରୁ ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରାଯାଇପାରି ନ ଥିବା ଜଣାପଡ଼ିଛି। ଯାହାଫଳରେ ଆବର୍ଜନା ବୋଝେଇ ଟ୍ରାକ୍ଟର ସ୍ଥାନୀୟ ଏନଏସି କାର୍ଯ୍ୟାଳୟକୁ ଫେରି ଆସିଥିବା ଜଣାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?