ଡଷ୍ଟବିନ୍‌ରୁ ନବଜାତ ଶିଶୁକନ୍ୟା ଉଦ୍ଧାର, ଅବସ୍ଥା ଗୁରୁତର

ଯାଜପୁର ଟାଉନ,୨।୧୦ (ଡି.ଏନ୍‌.ଏ.): ପୁଣି ଅଲୋଡ଼ା ହେଲା ଶିଶୁ କନ୍ୟା। ଯାଜପୁର ଜିଲା ରସଲପୁର ବ୍ଲକ ଅଧୀନ ମଧୁବନ ସ୍ବାସ୍ଥ୍ୟକେନ୍ଦ୍ରରୁ ବୁଧବାର ସକାଳେ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସଫେଇ କର୍ମଚାରୀ ଅଳିଆ ସଫା କରୁଥିବା ବେଳେ ଅଳିଆ କୁଣ୍ଡରେ ଶିଶୁକନ୍ୟା ପଡ଼ିଥିବା ଦେଖିବାକୁ ପାଇଥିଲେ। ସଙ୍ଗେ ସଙ୍ଗେ ସେ ସ୍ଥାନୀୟ ଡାକ୍ତରଙ୍କୁ ଜଣାଇଥିଲେ। ଡାକ୍ତର ଶିଶୁଟିକୁ ଉଦ୍ଧାରକରି ପ୍ରାଥମିକ ଚିକିତ୍ସା କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ତାକୁ ଅଧିକ ଚିକିତ୍ସା ପାଇଁ ଯାଜପୁର ମେଡିକାଲକୁ ପଠାଯାଇଛି। ଶିଶୁ ସୁରକ୍ଷା ଅଧିକାରୀ ଖବର ପାଇ ମେଡିକାଲରେ ଶିଶୁର ଅବସ୍ଥା ବିଷୟରେ ଡାକ୍ତରଙ୍କୁ ପଚାରି ବୁଝିଛନ୍ତି। ଏଥିସହ ଶିଶୁ ମଙ୍ଗଳ ଅଧିକାରୀ ସଦସ୍ୟ ସୁବାସ ଚନ୍ଦ୍ର ଦେବତା ଖବର ପାଇ ମେଡିକାଲରେ ପହଞ୍ଚି ଶିଶୁର ସ୍ବାସ୍ଥ୍ୟବସ୍ଥା ବୁଝିବା ସହ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ କଟକ ଶିଶୁ ଭବନକୁ ସ୍ଥାନାନ୍ତର କରିଛନ୍ତି। ତେବେ ଶିଶୁର ଅବସ୍ଥା ଗୁରୁତର ଥିବା ଡାକ୍ତର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri