ଡାକ୍ତର ଅନୁପସ୍ଥିତି ନେଇ ଗ୍ରାମବାସୀଙ୍କ ଧାରଣା

ସଜନାଗଡ଼, ୧୨।୧୦(ଡି.ଏନ.ଏ.)-ନୀଳଗିରି ବ୍ଲକ ବରହମ୍‌ପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ପୂର୍ବାହ୍ନରେ କୌଣସି ଡାକ୍ତର ନ ଥିବାରୁ ରୋଗୀମାନଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେଇଥିଲା। ଏହାର ପ୍ରତିବାଦ କରି ଶତାଧିକ ଲୋକ ଡାକ୍ତରଖାନା ସମ୍ମୁଖରେ ଧାରଣାରେ ବସିଥିଲେ। ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କ ନିର୍ଦ୍ଦେଶରେ ବରହମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର କାଳୀଚରଣ ପାଲ, ଡା. ସରୋଜ ଜେନା ଅପରାହ୍ନ ସାଢେ ଗୋଟାଏ ବେଳେ ଡାକ୍ତରଖାନାରେ ପହଞ୍ଚି କାର୍ଯ୍ୟ ଆରମ୍ଭ କରିଥିଲେ।
ଡାକ୍ତରଖାନାର ଭେଷଜ ବିଶେଷଜ୍ଞ ନିଯୁକ୍ତି, ସ୍ଥାୟୀ ମେଡିକାଲ ଅଫିସର ରହଣି, ମାଗଣାରେ ପରୀକ୍ଷା, ଔଷଧ ବଣ୍ଟନ, ପରିସରକୁ ପରିଷ୍କାର ପରିଚ୍ଛନ୍ନ, ରୋଗୀମାନଙ୍କୁ ବେଡସିଟ୍‌ ଯୋଗାଣ ଆଦି ଦାବି ନେଇ ଗ୍ରାମବାସୀ ଧାରଣାରେ ବସିଥିଲେ। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ଅପରାହ୍ନ ସାଢେ ୪ଟାରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କ ଆଲୋଚନା କରି ସମସ୍ତ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏହାପରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ଡାକ୍ତରଖାନାର ସମସ୍ତ ନଥିପତ୍ର ଯାଞ୍ଚ କରିବା ସହ ହସ୍‌ପିଟାଲ ବୁଲି ଦେଖିଥିଲେ। ଯେପରି ଭବିଷ୍ୟତରେ ଏପରି ପରିସ୍ଥିତି ନ ଉପୁଜେ ସେଥିପାଇଁ ଡାକ୍ତର ଓ କର୍ମଚାରୀମାନଙ୍କୁ ଚେତାବନୀ ଦେଇଥିଲେ। ଧାରଣାରେ ବରହମ୍‌ପୁର ସରପଞ୍ଚ ଚନ୍ଦ୍ରମୋହନ ସିଂ, ଭବାନୀ ସେଠୀ, ମାମିନା ବେହେରା, ଭଗବାନ ସାହୁ, ଶଙ୍କର ପଶା, ଜିତେନ୍ଦ୍ର ଦାସ, କାହ୍ନୁଚରଣ ଦାସ, ଫ୍ରାନ୍‌ସିସ ବେକନ ସ, ଅଶୋକ ସେଠୀ, ଜୟନ୍ତ ପଟ୍ଟନାୟକ, ଜିତେନ୍ଦ୍ର ସେଠୀ, ସନାତନ ବେହେରା, କବିତା ବେହେରା, କାର୍ତ୍ତିକ ସାହୁ, ରମେଶ ବେହେରା, ଜଗାଦାସ ସମେତ ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri