ବ୍ରହ୍ମପୁର ଅଫିସ,୨୭ା୪- ବ୍ରହ୍ମପୁର ନୂଆ ବସଷ୍ଟାଣ୍ଡ ରୋଡରେ ଥିବା ଏକ ଘରୋଇ ନର୍ସିଂହୋମରେ ଜଣେ ରୋଗୀଙ୍କୁ ମାଡ଼ ମରାଯିବା ସହ ତାଙ୍କ ସୁନାଚେନ ଛଡ଼ାଇ ନିଆଯାଇଥିବା ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ନୟାଗଡ଼ରୁ ଚିିକିତ୍ସା ପାଇଁ ଆସିଥିବା ସୀମାଞ୍ଚଳ ତ୍ରିପାଠୀ ଏହି ଅଭିଯୋଗ କରିଛନ୍ତି। ପୋଲିସ ଏ ନେଇ ନଂ. ୮୬/୧୯ରେ ଡାକ୍ତର ଓ ନର୍ସିଂହୋମ କର୍ମଚାରୀଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପ୍ରକାଶ ଯେ, ସୀମାଞ୍ଚଳ ଗୁରୁବାର ସକାଳେ ଚିକିତ୍ସା ପାଇଁ ମିଶ୍ର ନର୍ସିଂହୋମକୁ ଆସିଥିଲେ। ୪୦୦ ଟଙ୍କା ପୈଠ କରି ନର୍ସିଂହୋମରୁ ଏକ ଟିକେଟ ନେଇଥିଲେ। ସନ୍ଧ୍ୟା ୫ଟାରେ ଡ଼ାକ୍ତର ଦେଖିବେ ବୋଲି ସମୟ ଦିଆଯାଇଥିଲା। ହେଲେ କୌଣସି ଅସୁବିଧା ଯୋଗୁ ସୀମାଞ୍ଚଳ ବିଳମ୍ବରେ ଅର୍ଥାତ୍ ସନ୍ଧ୍ୟା ୭ଟାରେ ଆସିବାରୁ ନର୍ସିଂହୋମରେ କାମ କରୁଥିବା ଆଟେଣ୍ଡାଣ୍ଟ୍ ଜଣକ ଡାକ୍ତର ଆଉ ଦେଖିପାରିବେନି ବୋଲି ତାଗିଦ୍ କରିଥିଲେ। ମୁଁ ଦୂରରୁ ଆସିଥିବା କହି ସୀମାଞ୍ଚଳ ଡ଼ାକ୍ତରଙ୍କୁ ସାକ୍ଷାତ କରିବାକୁ ଜିଦ୍ ଧରି ଚାମ୍ବର ଭିତରେ ପଶିଥିଲେ। ଡାକ୍ତର ମିଶ୍ର ତାଙ୍କୁ ଗାଳିଗୁଲଜ କରିବା ସହ କର୍ମଚାରୀମାନେ ମାରପିଟ୍ କରିଥିଲେ ବୋଲି ସୀମାଞ୍ଚଳ ଥାନାରେ ଅଭିଯୋଗ କରିଛନ୍ତି। ଏପରିକି ତାଙ୍କର ଏକ ସୁନା ଚେନ୍ ମଧ୍ୟ ଝାମ୍ପି ନେଇଛନ୍ତି ବୋଲି ସେ ଏତଲାରେ ଦର୍ଶାଇଛନ୍ତି। ଉମା ଶଙ୍କର ମିଶ୍ରଙ୍କୁ ପଚାରିବାରୁ ଥାନାରେ ହୋଇଥିବା ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା। ନର୍ସିଂହୋମରେ ଅନ୍ୟ ଜଣେ ରୋଗୀଙ୍କୁ ଚିକିତ୍ସା କରୁଥିବା ବେଳେ ସୀମାଞ୍ଚଳ ଚାମ୍ବର ଭିତରକୁ ଜୋରଜବରଦସ୍ତ ପଶି ଆସି ଗାଳିଗୁଲଜ କରିଥିଲେ ବୋଲି ସେ କହିଛନ୍ତି।
ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…
୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…
ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ
ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…
୬୮୦ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍
ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦…
ଅନଲାଇନ ଠକେଇରୁ କେମିତି ପାଇବେ ରକ୍ଷା
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଭାରତୀୟ ରିଜର୍ଭ ବ୍ୟାଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି କାନାରା ବ୍ୟାଙ୍କ ଶାଖା ପକ୍ଷରୁ…
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁ ଲେଙ୍କାଙ୍କ ବିୟୋଗରେ ଶୋକ
ଦିଗପହଣ୍ଡି, ୧୩।୨(ଅଶେଷ ନାଥ ମିଶ୍ର): ପୂର୍ବତନ କେନ୍ଦ୍ର କୃଷି ଏବଂ ରେଳ ବିଭାଗ ମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗରେ ଦିଗପହଣ୍ଡି କଂଗ୍ରେସ ଦଳ ପକ୍ଷରୁ ଗଭୀର…
ମୋବାଇଲ ସିଡିଆର ପକେଇଲା ଧରା: ଫେରାର ଅଭିଯୁକ୍ତଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ
ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତା କଡ଼ରେ ଥିବା ଗଣେଶ ରାଇସ୍ ମିଲ ନିକଟରୁ ମୁମ୍ବାଇ ସମତାନଗର ଥାନା ପୋଲିସ ଜଣେ ଫେରାର ଅଭିଯୁକ୍ତଙ୍କୁ…
ରକ୍ଷକ ସାଜିଲା ଭକ୍ଷକ: ମହିଳାଙ୍କ ଅନ୍ତରଙ୍ଗ ମୁହର୍ତ୍ତର ଫୋଟୋ ଭାଇରଲ ଧମକ: ବନ୍ଧାହେଲେ ପୋଲିସ ଏଏସ୍ଆଇ
ବ୍ରହ୍ମପୁର,୧୩।୨(ସୁବାସଚନ୍ଦ୍ର ପାଢ଼ୀ):ଇନଷ୍ଟାଗ୍ରାମରେ ମହିଳାଙ୍କ ସହ ବନ୍ଧୁତା ରଖି ଅଶ୍ଳୀଳ ଫଟୋ ଭାଇରାଲ ଧମକ ଦେଇ ବ୍ଲାକମେଲ ଅଭିଯୋଗରେ ବନ୍ଧାହେଲେ ଜଣେ ପୋଲିସ ଏଏସ୍ଆଇ । ଅଭିଯୁକ୍ତ ଜଣଙ୍କ…
Archives

