ଡାକ୍ତର ନିଯୁକ୍ତି ଦାବିରେ ଗଣଧାରଣା

ଜଳେଶ୍ୱର,୨୧।୧(ଡି.ଏନ.ଏ./ସ୍ବ.ପ୍ର.)-ଜଳେଶ୍ୱର ବ୍ଲକର ରାଇବଣିଆ ଏକ ଆଦିବାସୀ ଅଧ୍ୟୁୁଷିତ ଅଞ୍ଚଳ। ଏହି ଅଞ୍ଚଳରେ ଥିବା ବିଭିନ୍ନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ଆନୁଷଙ୍ଗିକ ବ୍ୟବସ୍ଥା ନ ଥିବାରୁ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଫଳରେ ରାଇବଣିଆ ଅଞ୍ଚଳର ଜନସାଧାରଣ ସ୍ବାସ୍ଥ୍ୟସେବା ପାଇବାରୁ ବଞ୍ଚତ୍ତ ହେଉଥିବା ଅଭିଯୋଗ ହୋଇଛି। ଶିଖରପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେଲା ଏମବିବିଏସ୍‌ ଡାକ୍ତର ନ ଥିବାରୁ ସୁଦୂର ଜଳେଶ୍ୱର ହସ୍‌ପିଟାଲ ଉପରେ ନିର୍ଭର କରୁଛନ୍ତି। ଏଥିପାଇଁ ଶିଖରପୁର ପଞ୍ଚାୟତର ସରପଞ୍ଚ ହରେକୃଷ୍ଣ ଗିରି, ସମିତିସଦସ୍ୟ ଝାଡ଼େଶ୍ୱର ଦାସ, ସମାଜସେବୀ ମିହିର କୁମାର ଆଚାର୍ଯ୍ୟଙ୍କ ନେତୃତ୍ୱରେ ପଞ୍ଚାୟତର ମହିଳା ଓ ପୁରୁଷମାନେ ୭ ଦଫା ଦାବିରେ ଜଳେଶ୍ୱର ତହସିଲ କାଯର୍‌ୟାଳୟ ସମ୍ମୁଖରେ ମଙ୍ଗଳବାର ଧାରଣାରେ ବସିଥିଲେ। ଧାରଣାସ୍ଥଳରେ ଜଳେଶ୍ୱର ଭାରପ୍ରାପ୍ତ ତହସିଲଦାର କ୍ଷୀରୋଦ ଚନ୍ଦ୍ର ପଣ୍ଡା ଓ ସିଡିଏମ୍‌ଓଙ୍କ ପ୍ରତିନିଧି ଭାବେ ହାତୀଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସାଧିକାରୀ ଡା. ପ୍ରଭାସ ଚନ୍ଦ୍ର ନାୟକ ପହଞ୍ଚତ୍ ଧାରଣାକାରୀଙ୍କ ସହ ଆଲୋଚନା କରି ଦାବି ପୂରଣ ଦିଗରେ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ଦାବିଗୁଡିକ ମଧ୍ୟରେ ଜଣେ ଏମବିବିଏସ୍‌ ଡାକ୍ତର ନିଯୁକ୍ତି, ଆୟୁର୍ବେଦିକ ଡାକ୍ତର ଥିବା ବେଳେ ଆବଶ୍ୟକ ମୁତାବକ ଆୟୁର୍ବେଦିକ ଔଷଧ ଯୋଗାଇ ଦେବା, ସ୍ଥାୟୀ ସୁଇପର ନିଯୁକ୍ତି କରିବା, ଡାକ୍ତର ଓ କର୍ମଚାରୀମାନଙ୍କର ରହିବା ପାଇଁ ଗୃହ ନିର୍ମାଣ କରିବା, ଡାକ୍ତରଖାନା ଚତୁଃପାର୍ଶ୍ୱରେ ପାଚେରି ନିର୍ମାଣ କରିବା, ସ୍ଥାୟୀ ଜଗୁଆଳି ନିଯୁକ୍ତି, ଡାକ୍ତରଖାନା ପରିସରରେ ଉଜ୍ଜଳ ଆଲୋକ ବ୍ୟବସ୍ଥା କରିବା ଆଦି ଅନ୍ତର୍ଭୁକ୍ତ। ଧାରଣାରେ ପରେଶ ଚନ୍ଦ୍ର ପ୍ରଧାନ, ଅଜୟ ମଣ୍ଡଳ, ଶ୍ୟାମସୁନ୍ଦର ଦାସ, ଶାନ୍ତିଲତା ବେହେରା, ଅନ୍ନପୂର୍ଣ୍ଣା ଓଝା, କବିତା ରାଣୀ ଓଝା, ବିଷ୍ଣୁପ୍ରିୟା ଜେନା, ବନଜା ଦାସ, ଗୀତାଞ୍ଜଳି ଜେନା, ପ୍ରଭାତୀ ଦାସ, କବିତା ଜେନା, ସବିତା ଜେନା, ଯାମିନୀ ଦାସ ପ୍ରମୁଖ ବହୁ ମହିଳା ଓ ପୁରୁୁଷ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?