ଡାକ୍ତର ନିଯୁକ୍ତି ନ ହେଲେ ଅନଶନ ଚେତାବନୀ

ରାଜକନିକା, ୨୪।୧୨ (ଡି.ଏନ୍‌.ଏ.)

ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେବ ସ୍ଥାୟୀ ଡାକ୍ତର ନାହାନ୍ତି। ଫାର୍ମାସିଷ୍ଟ ଓ ଆୟୁଷ ଡାକ୍ତର ରୋଗୀ ସେବା କରୁଥିବା ବେଳେ ଜ୍ୱର, ଥଣ୍ଡା, ଝାଡ଼ାବାନ୍ତିକୁ ଛାଡ଼ିଲେ ଅନ୍ୟ ରୋଗୀମାନଙ୍କୁ ଆଳି, କେନ୍ଦ୍ରାପଡ଼ା ଓ କଟକକୁ ପଠାଇ ଦିଆଯାଉଥିବା ଦେଖାଯାଉଛି। ଫଳରେ କନିକାବାସୀ ସ୍ବାସ୍ଥ୍ୟସେବାରୁ ବଞ୍ଚତ୍ତ ହେଉଛନ୍ତି। ଏଣୁ ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନିଯୁକ୍ତି କରା ନଗଲେ ଆସନ୍ତା ୬ତାରିଖଠାରୁ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ବିଭିନ୍ନ ସଂଗଠନ ପକ୍ଷରୁ ଆମରଣ ଅନଶନ କରାଯିବ ବୋଲି ଚେତାବନୀ ଦିଆଯାଇଛି। ସୋମବାର କନିକାର ବିଭିନ୍ନ ସଂଗଠନର କର୍ମକର୍ତ୍ତାଙ୍କ ପକ୍ଷରୁ ବାଘବୁଦା ଠାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଆସନ୍ତା ଜାନୁୟାରୀ ୫ ତାରିଖ ସୁଦ୍ଧା ଖାଲିପଡ଼ିଥିବା ୬ ଡାକ୍ତର ପଦବୀ ପୂରଣ କରା ନଗଲେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ୬ ତାରିଖଠାରୁ ଆମରଣ ଅନଶନ କରାଯିବା ପାଇଁ ଚେତାବନୀ ଦିଆଯାଇଛି। ଆବାହକ ଶ୍ରେୟଷ ଦାସଙ୍କ ସମେତ ସାମାଜିକ କର୍ମୀ ସଞ୍ଜୟ ବେହୁରା, ବରିଷ୍ଠ ନାଗରିକ ମଞ୍ଚ ସମ୍ପାଦକ ଗୁଣନିଧି ବଳ, ଶିକ୍ଷାବିତ୍‌ ମୁରଲୀଧର ନାୟକ, ଯୁବନେତା ଶୁକଦେବ ମଲ୍ଲିକ, ଅଭିନେତା ସୌମ୍ୟକାନ୍ତ ନାୟକ, ମହମ୍ମଦ ସରାଫତ ଅଲ୍ଲୀ, ଶାରଦା ପ୍ରସନ୍ନ ବିଶ୍ୱାଳ, ହୃଷୀକେଶ ସ୍ବାଇଁ ପ୍ରମୁଖ ଯୋଗଦେଇଥିଲେ। ତୁରନ୍ତ ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ଓ ଅନ୍ୟାନ୍ୟ ସମସ୍ୟାଗୁଡ଼ିକ ପ୍ରତି ଦୃଷ୍ଟି ଦେବାକୁ ୫ଟି ସଚିବ, କେନ୍ଦ୍ରାପଡ଼ା ଜିଲାପାଳ, ଏସ୍‌ପି, ସିଡିଏମଓଙ୍କ ଦୃଷ୍ଟି ଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri