ଡାକ୍ତର, ସ୍ବାସ୍ଥ୍ୟ କର୍ମୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ:ଡିଜି

କଟକ ଅଫିସ୍‌,୯ା୪: କରୋନା ମୁକାବିଲା ଦିଗରେ ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମୀମାନେ ଆଗ ଧାଡ଼ିର ଯୋଦ୍ଧା। ହେଲେ ସେମାନଙ୍କ ଉପରେ ହେଉଥିବା ଆକ୍ରମଣ ଏବଂ ଅଶୋଭନୀୟ ଆଚରଣ ନିନ୍ଦାଜନକ। ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମୀଙ୍କ ସୁରକ୍ଷା ଓଡ଼ିଶା ପୋଲିସର ବଡ଼ ଦାୟିତ୍ୱ ବୋଲି ବୁଧବାର ପ୍ରକାଶ କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ଜାରି ଏକ ପ୍ରେସ୍‌ ବିବୃତିରେ କୁହାଯାଇଛି ଯେ, କର୍ତ୍ତବ୍ୟରତ ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମୀଙ୍କୁ ରୋଗୀଙ୍କ ସମ୍ପର୍କୀୟମାନେ ଆକ୍ରମଣ କରୁଥିବା ଅଭିଯୋଗ ଦୃଷ୍ଟିକୁ ଆସିଛି। ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଡିଜିପି ଅଭୟ ସମସ୍ତ ଏସ୍‌ପି ଏବଂ ଡିସିପିଙ୍କୁ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କ ସୁରକ୍ଷା ପ୍ରତି ବିଶେଷ ଧ୍ୟାନ ଦେବାକୁ ପରାମର୍ଶ ଦେଇଛନ୍ତି। ଉପରୋକ୍ତ ଅପରାଧରେ ଲିପ୍ତଥିବା ବ୍ୟକ୍ତିମାନଙ୍କ ବିରୋଧରେ କଠୋର ଆଇନ୍‌ଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ପତ୍ର ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି। ଅପରାଧ ଉପରେ ତତ୍‌କାଳ ଏଫ୍‌ଆଇଆର୍‌ ରୁଜୁ କରି ଘଟଣାର ଶୀଘ୍ର ତଦନ୍ତ କରାଇବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଏହି ଘଟଣାର ତଦନ୍ତକୁ ଜଣେ ଡିଏସ୍‌ପି କିମ୍ବା ତଦୁର୍ଦ୍ଧ୍ୱ ଅଧିକାରୀଙ୍କ ତଦାରଖରେ କରି ଏଥିରେ ଚାର୍ଜଶିଟ୍‌ ଏବଂ ଚୂଡ଼ାନ୍ତ ଫର୍ମ ଏକ ମାସ ମଧ୍ୟରେ ଦାଖଲ କରାଯିବାକୁ ଏସ୍‌ପି ଏବଂ ଡିସିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ଘୁମୁସର ବିକାଶ ପରିଷଦ ବୈଠକ, ଜିଲା ଅନ୍ଦୋଳନକୁ ତ୍ୱରାନ୍ୱିତ କରିବା….

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ବରିଷ୍ଠ ଆଇନଜୀବୀ ସୋମନାଥ ନାୟକଙ୍କ ବାସଭବନରେ ରବିବାର ଘୁମୁସର ବିକାଶ ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri