ଡାକ୍ତରଖାନାରେ ୫ ଅନଶନକାରୀ ଚିକିତ୍ସାଧୀନ: ପ୍ରତିଶ୍ରୁତି ପରେ ଅନଶନ ସ୍ଥଗିତ ରଖିଲା ଭିନ୍ନକ୍ଷମ ମଞ୍ଚ

କପ୍ତିପଦା,୩୦।୬(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କପ୍ତିପଦା ଭିନ୍ନକ୍ଷମ ମଞ୍ଚ ପକ୍ଷରୁ ୭ ଦଫା ଦାବି ନେଇ ଗତ ବୁଧବାରଠାରୁ ଧାରଣା ଓ ଆମରଣ ଅନଶନ ଆନ୍ଦୋଳନ ଜାରି ରହିଥିଲା। ପ୍ରଶାସନ ପକ୍ଷରୁ ଦାବି ପୂରଣ କରାଯିବା ଲାଗି ଆଶ୍ୱାସନା ଦିଆଯିବାରୁ ଶନିବାର ଅନଶନକୁ ସ୍ଥଗିତ ରଖାଯାଇଛି। ଅନଶନକାରୀଙ୍କ ମଧ୍ୟରୁ ୫ ଜଣଙ୍କ ସ୍ବାସ୍ଥ୍ୟବସ୍ଥା ଖରାପହୋଇ ପଡିଥିବାରୁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏମାନଙ୍କ ମଧ୍ୟରୁ ମଞ୍ଚର ସଭାପତି ମନୋରଞ୍ଜନ ଜେନାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବାରୁ ପରେ ତାଙ୍କୁ ଉଦଳା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ଭିନ୍ନକ୍ଷମଙ୍କ ପ୍ରତି ହେଉଥିବା ଅନ୍ୟାୟ ବିରୋଧରେ ୭ ଦଫା ଦାବି ନେଇ ଏହି ଆମରଣ ଅନଶନ କରାଯାଇଥିଲା। ଶନିବାର ଅପରାହ୍ନରେ ସ୍ଥାନୀୟ ଉପଜିଲାପାଳ ଭଗବାନ ବେହେରା, ତହସିଲଦାର, ଅତିରିକ୍ତ ତହସିଲଦାର ଓ ଥାନା ଅଧିକାରୀ ପ୍ରମୁଖ ଅନଶନ ସ୍ଥଳରେ ପହଞ୍ଚି ମଞ୍ଚର କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରିଥିଲେ। ଏସମ୍ପର୍କରେ ମଞ୍ଚର ସମ୍ପାଦକ ସଞ୍ଜୟ ସ୍ବାଇଁ ସୂଚନା ଦେଇ କହିଛନ୍ତି ଯେ, ମଞ୍ଚର ସଭାପତି ମନୋରଞ୍ଜନଙ୍କ ଅବସ୍ଥା ଗୁରୁତର ଥିବାରୁ ଆଲୋଚନା ଅସମ୍ପୂର୍ଣ୍ଣ ରହିଛି। ସୋମବାର ମଞ୍ଚର ସଭାପତି ଓ ଉପ ଜିଲାପାଳଙ୍କ ଉପସ୍ଥିତିରେ ପୁଣି ଥରେ ଆଲୋଚନା କରି ସମସ୍ୟାର ସମାଧାନ କରାଯିବ । ଅନଶନରେ ବସିଥିବା ମଞ୍ଚ ସଭାପତିଙ୍କ ସମେତ ମନୋରଞ୍ଜନ ନାଏକ, ଜ୍ୟୋତ୍ସ୍ନାରାଣୀ ବେହେରା, ପତି ପଲେଇ ଓ ପ୍ରସନ୍ନ ମଢେଇଙ୍କ ସ୍ବାସ୍ଥ୍ୟବସ୍ଥାରେ ଅବନତି ଘଟିବାରୁ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri