Posted inରାଜ୍ୟ

ଡାକ୍ତରଙ୍କ ଉଦ୍ଦେଶ୍ୟରେ ସୁଦର୍ଶନଙ୍କ ବାର୍ତ୍ତା

ପୁରୀ ଅଫିସ,୨୦।୩: ବିଶ୍ୱବାସୀଙ୍କ ନିଦ ଉଡ଼ାଇଥିବା କରୋନା ଏବେ ଭାରତରେ ନିଜ କାୟା ବିସ୍ତାର କରିବାରେ ଲାଗିଲାଣି। ଭାରତରେ ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ରେ ପହଞ୍ଚିଛି। ରାଜ୍ୟରେ ମଧ୍ୟ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ବଢ଼ିବା ଆଶଙ୍କା କରାଯାଉଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏସବୁ ଭିତରେ ସାଧାରଣଜନତାଙ୍କୁ ଯେତେସମ୍ଭବ ହୋମ୍‌ ଆଇସୋଲେଶନରେ ରହିବାକୁ ପରାମର୍ଶ ଦିଆଯାଉଛି। ହେଲେ କରୋନା ମୁକାବିଲା ଦିଗରେ ପ୍ରମୁଖ ଭୂମିକା ଡାକ୍ତରମାନେ ଗ୍ରହଣ କରୁଛନ୍ତି। ସେମାନଙ୍କୁ ସମ୍ମାନ ଜଣାଇ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳାରେ ସମସ୍ତଙ୍କ ଲାଗି ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି,‘ଆଇ ଷ୍ଟେଡ୍‌ ଆଟ୍‌ ଓ୍ବାର୍କ ଫର୍‌ ୟୁ, ୟୁ ଷ୍ଟେ ଆଟ୍‌ ହୋମ୍‌ ଫର୍‌ ଅସ୍‌’। ଏହା ବିଶେଷକରି ଡାକ୍ତରମାନଙ୍କ ଉଦ୍ଦେଶ୍ୟରେ ସେ କରିଛନ୍ତି।

କରୋନା ମୁକାବିଲା ଦିଗରେ ପ୍ରତ୍ୟକ୍ଷ ଭାବେ ଜଡ଼ିତ ରହୁଛନ୍ତି ଡ଼ାକ୍ତରମାନେ। ନିଜର ସୁରକ୍ଷା କଥା ନ ଭାବି ସେମାନେ ରୋଗୀଙ୍କୁ ସୁସ୍ଥ କରିବା ଦିଗରେ କାମ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଲୋକମାନେ ସେମାନଙ୍କ କାମକୁ ନ ବଢ଼ାନ୍ତୁ ବୋଲି କୁହାଯାଉଛି। ଏଣୁ ଲୋକମାନଙ୍କୁ ଘରେ ରହିବାକୁ ସୁଦର୍ଶନ ବାର୍ତ୍ତା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri