ଡାବୁଗାଁରେ ‘ଲୁଣ ମିଳିବ ନାହିଁ’ ଗୁଜବ: ଅସାଧୁ ବ୍ୟବସାୟୀ ମାଲାମାଲ; ଚିନ୍ତାରେ ଖାଉଟି

ଡାବୁଗାଁ,୧୩।୫(ଡି.ଏନ୍‌.ଏ.): କରୋନାକୁ ରୋକିବା ନିମନ୍ତେ ସାରା ରାଜ୍ୟରେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ତେବେ ଏହାର ସୁଯୋଗ ନେଇ କେତେକ ଅସାଧୁ ବ୍ୟବସାୟୀ ଅହେତୁକ ମାତ୍ରାରେ ଦରବୃଦ୍ଧି କରାଇ ଖାଉଟି ମାନଙ୍କୁ ଶୋଷଣ କରୁୁଛନ୍ତି।ଏହାକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଜନ ସାଧାରଣରେ ଅସନ୍ତୋଷ ପରିଲକ୍ଷିତ ହେଉଛି। ଏପରି ଏକ ଘଟଣା କ୍ରମରେ ନବରଙ୍ଗପୁର ଜିଲା ଡାବୁଗାଁରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଲୁଣର ଦର ବୃଦ୍ଧି ପାଇଛି। ପୂର୍ବରୁ ୫ଟଙ୍କିଆ ଲୁଣ ପ୍ୟାକଟ ବସ୍ତା ୧୬୦ଟଙ୍କା ବିକ୍ରୀ କରୁଥିବା ବେଳେ ଏବେ ଡାବୁଗାଁ ବଜାରରେ ସେହି ବସ୍ତାକୁ ୪୦୦ଟଙ୍କାରେ ବିକ୍ରୀ କରୁଛନ୍ତି । ଲୁଣ ଆଉ ମିଳିବ ନାହିଁ ଗୁଜବ ହେବା ପରେ ଡାବୁଗାଁର ସମସ୍ତ ଲୋକ ୫ଟଙ୍କା ଲୁଣକୁ ୧୫ଟଙ୍କା ଦେଇ ଓ ୧୦ ଟଙ୍କା ଲୁଣକୁ ୨୦ ଟଙ୍କାରେ କିଣୁଥିବା ଦେଖିବାକୁ ମିଳିଛି। ଏଥିନେଇ ଜନସାଧାରଣରେ ଏକ ପ୍ରକାର ଛନକା ପଶିଯାଇଛି। ଏଣୁ ପ୍ରଶାସନ ପକ୍ଷରୁ ଦରଦାମ ନିୟନ୍ତ୍ରଣ କରି ଜନସାଧାରଣଙ୍କୁ ସୁବିଧା ଦରରେ ସାମଗ୍ରୀ ଯେପରି ପାଇବେ ତା’ର ବ୍ୟବସ୍ଥା ଯୋଗାଇଦେବାକୁ ଦାବି ହେଉଛି। ବୁଧବାର ପର୍ଯ୍ୟନ୍ତ ଡାବୁଗାଁରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ କୌଣସି ସ୍ଥାନରେ ଚଢାଉ କିମ୍ବା ପଦକ୍ଷେପ ନେଉ ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri