ସୁନ୍ଦରଗଡ଼, ୧୭।୧ (ଡି.ଏନ୍.ଏ. )-ଆଦିବାସୀ ବହୁଳ ସୁନ୍ଦରଗଡ ଜିଲାରେ ଏବେ ମଧ୍ୟ ଗୁଣିଗାରେଡି ସନ୍ଦେହ ଲୋକଙ୍କ ମନରେ ବସାବାନ୍ଧିଛି। ଏହି କାରଣରୁ ଅନେକ ନିରୀହ ଜୀବନ ବଳି ପଡୁଛି। ବଣାଇ ଥାନା ଅନ୍ତର୍ଗତ ଟିକିରାପୋଷ ଗ୍ରାମରେ ଗୁରୁବାର ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ମୃତା ମହିଳାଙ୍କ ନାମ ବନ୍ଧନୀ ଓରାମ ଓ ତାଙ୍କ ଘର ଟିକାୟତପାଲି ଥାନା ଅନ୍ତର୍ଗତ ଚିକିଟିନାଳି ଗ୍ରାମରେ। ବୁଧବାର ସେ ନିଜ ଝିଅ ଘର ଟିକିରାପୋଷ ଆସିଥିଲେ। ରାତିରେ ଖାଇପିଇ ସମସ୍ତେ ନିଆଁ ପୋଉଁଥିବାବେଳେ ଏହି ସମୟରେ ଝିଅର ଦିଅର ରତିକାନ୍ତ ଓରାମ ପହଞ୍ଚି ପାଟିତୁଣ୍ଡ କରିଥିଲେ। ବନ୍ଧନୀଙ୍କୁ ଗାଳିକରି କହିଥିଲେ ତୁମେ ଗୁଣିଗାରେଡି କରି ଆମ ପରିବାରର କ୍ଷତି କରୁଛ। ଆମ ଭାଉଜଙ୍କୁ ମଧ୍ୟ ଗୁଣିଗାରେଡି ବିଦ୍ୟା ଶିଖାଉଛ। ତେଣୁ ତୁମକୁ ଶେଷ କରିଦେବି କହି ଏକ ଟାଙ୍ଗିଆରେ ତାଙ୍କୁ ହାଣି ଫେରାର୍ ହୋଇଯାଇଥିଲେ। ଏହି ସମୟରେ ପାଖରେ ଥିବା ଏକ ଦେଢବର୍ଷର ଶିଶୁ ମଧ୍ୟ ରତିକାନ୍ତଙ୍କ ଆକ୍ରମଣରେ ଆହତ ହୋଇଛନ୍ତି ା ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ା ଖବରପାଇ ଗୁରୁବାର ସକାଳେ ବଣାଇ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଚଳାଇଛି। ବ୍ୟବଚ୍ଛେଦ ପାଇଁ ମୃତଦେହକୁ ପୋଲିସ ଡାକ୍ତରଖାନା ପଠାଇବା ସହ ତଦନ୍ତ ଆରମ୍ଭ କରିଛି ା ଘଟଣାସ୍ଥଳରୁ ପୋଲିସ ବ୍ୟବହୃତ ଟାଙ୍ଗିଆକୁ ଜବତ କରିଛି।
Posted inଆମ ଜିଲା ଖବର, ସୁନ୍ଦରଗଡ଼ View All
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ
ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…
କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ
ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…
ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ
ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…
ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…
ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…
Archives

