Posted inଖେଳ

ଡି’ ଲିଟ୍‌ ଦାମୀ ଡିଫେଣ୍ଡର

ରୋମ୍‌, ୧୯|୭ (ଏଏଫ୍‌ପି)- ଡଚ୍‌ ସେଣ୍ଟ୍ରାଲ ଡିଫେଣ୍ଡର ମ୍ୟାଥିସ୍‌ ଡି’ ଲିଟ୍‌ ୭୫ ନିୟୁତ ୟୁରୋ (୮୪.୨ ନିୟୁତ ଡଲାର) ଫି ବିନିମୟରେ ଆଜାକ୍ସ ଫୁଟ୍‌ବଲ ଟିମ୍‌ରୁ ଆସି ଜୁଭେଣ୍ଟସ୍‌ ଦଳରେ ଯୋଗଦେଇଛନ୍ତିି। ଇଟାଲିଆନ ଚାମ୍ପିୟନ ଦଳ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଜୁଭେଣ୍ଟସ ଇତିହାସରେ ଡି’ ଲିଟ୍‌ ହେଉଛନ୍ତି ସବୁଠାରୁ ତୃତୀୟ ଦାମୀ ଖେଳାଳି। କ୍ଲବ କ୍ରିଷ୍ଟିଆନୋ ରୋନାଲ୍‌ଡୋଙ୍କୁ ସର୍ବାଧିକ ୧୦୫ ନିୟୁତ ୟୁରୋ ଫି’ ବିନିମୟରେ ସ୍ବାକ୍ଷର କରିଥିବାବେଳେ ଗୋଞ୍ଜାଲେଜ୍‌ ହିଗୁଏନ୍‌ଙ୍କ ସହିତ ୯୦ ନିୟୁତ ୟୁରୋ ବିନିମୟରେ ଚୁକ୍ତି କରିଥିଲା। ସୂଚନାଯୋଗ୍ୟ, ଗତ ସିଜନରେ ଆଜାକ୍ସ ଦଳକୁ ଚାମ୍ପିୟନ୍ସ ଲିଗ୍‌ ସେମିଫାଇନାଲରେ ପହଞ୍ଚାଇବାରେ ୧୯ ବର୍ଷୀୟ ଡି’ ଲିଟ୍‌ଙ୍କର ବିଶେଷ ଭୂମିକା ରହିଥିଲା। ତାଙ୍କର ଏହି ପ୍ରଭାବୀ ପ୍ରଦର୍ଶନ ପାଇଁ ୟୁରୋପର ଅଗ୍ରଣୀ କ୍ଲବଗୁଡ଼ିକ ଏହି ଯୁବ ଖେଳାଳିଙ୍କ ସହିତ ଯୋଗାଯୋଗ କରିଥିଲେ। ଡି’ ଲିଟ୍‌ ଆଜାକ୍ସ ପକ୍ଷରୁ ୧୧୭ଟି ଗେମ୍‌ ଖେଳିଛନ୍ତି। ସମସ୍ତ ପ୍ରତିଯୋଗିତାରେ ମୋଟ ୧୩ଟି ଗୋଲ ସ୍କୋର କରିଛନ୍ତି। ନେଦରଲାଣ୍ଡ୍ସ ପକ୍ଷରୁ ସେ ୧୭ ଥର ପ୍ରତିନିଧିତ୍ୱ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri