ଡି. ଲିଲିଙ୍କୁ ମିଳିଲା ଆଡ୍‌ମିଟ୍‌ କାର୍ଡ: ଧରିତ୍ରୀ, ଜିଲା ପ୍ରଶାସନକୁ ଜଣାଇଲେ ଧନ୍ୟବାଦ

ଗଞ୍ଜାମ,୧୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମା ବୀରଭଦ୍ର ହାଇସ୍କୁଲ ଦଶମ ଶ୍ରେଣୀ ଛାତ୍ରୀ ଡି. ଲିଲି ରେଡ୍ଡୀ ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ପାଇଁ ଫର୍ମ ଫିଲଅପ କରିଥିଲେ ମଧ୍ୟ ଆଡ୍‌ମିଟ୍‌ କାର୍ଡ ପାଇ ନ ଥିଲେ । ଉକ୍ତ ସ୍କୁଲ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା ବିଜ୍ଞାନ ଶିକ୍ଷକଙ୍କ ଅବହେଳା ଯୋଗୁ ଆଡ୍‌ମିଟ୍‌ କାର୍ଡ ଆସି ନ ଥିବା ନେଇ ଛାତ୍ରୀଙ୍କ ବାପା ଡି. ଭାସ୍କର ରେଡ୍ଡୀ ଧରିତ୍ରୀ ଖବରଦାତାଙ୍କୁ ଜଣାଇଥିଲେ । ଏ ନେଇ ଗତ ୧୩ ତାରିଖରେ ଦୈନିକ ଖବର କାଗଜ ‘ଧରିତ୍ରୀ’ରେ ପ୍ରଥମେ ପ୍ରକାଶିତ ହୋଇଥିଲା। ଖବର ପ୍ରକାଶିତ ହେବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଥିଲ। ପରେ ଭାସ୍କର ଗଞ୍ଜାମ ବିଇଓ, ଏବିଇଓ, ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଜିଲା ଶିକ୍ଷାଧିକାରୀ ଅମୂଲ୍ୟ କୁମାର ପ୍ରଧାନଙ୍କୁ ଲିଖିତ ଅଭିଯୋଗ କରିଥିଲେ । ଏଥିସହିତ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କୁ ମଧ୍ୟ ଅବଗତ କରାଇଥିଲେ। ପରେ ସ୍କୁଲ ବିଜ୍ଞାନ ଶିକ୍ଷକ ସୁନୀଲ କୁମାର ବେହେରା ଏ ନେଇ କଟକ ବୋର୍ଡ ମାଧ୍ୟମିକ ପରିଷଦ କାର୍ଯ୍ୟାଳୟ ଯାଇଥିଲେ। ମଙ୍ଗଳବାର ଲିଲିଙ୍କୁ ପରୀକ୍ଷା ଦେବାପାଇଁ ଆଡ୍‌ମିଟ୍‌ କାର୍ଡ ସ୍କୁଲ କର୍ତ୍ତୃପକ୍ଷ ପ୍ରଦାନ କରିଥିବା ଲିଲିଙ୍କ ବାପା ଭାସ୍କର ସୂଚନା ଦେଇଛନ୍ତି । ଆଡ୍‌ମିଟ୍‌ କାର୍ଡ ମିଳିବା ପରେ ଲିଲି ଓ ତାଙ୍କ ପରିବାର ଖୁସି ଥିବା ବେଳେ ଏ ନେଇ ଲିଲି ଧରିତ୍ରୀ ଏବଂ ଜିଲା ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri