ଡିଆଇଜିଙ୍କ ଆସିକା ଥାନା ପରିଦର୍ଶନ

ଆସିକା,୮ା୬(ଡି.ଏନ୍‌.ଏ.)-ଦକ୍ଷିଣାଞ୍ଚଳ ପୋଲିସ ଡିଆଇଜି ସତ୍ୟବ୍ରତ ଭୋଇ ସୋମବାର ଆସିକା ଥାନା ପରିଦର୍ଶନରେ ଆସି ସମୀକ୍ଷା କରିଥିଲେ ା ଗତ ଏକ ବର୍ଷ ମଧ୍ୟରେ ଆସିକା ଥାନା ୱାରେଣ୍ଟି ଧରପଗଡ, ଜୁଆଆଡ୍ଡା ଚଢ଼ାଉ, ଚୋରାମଦ, ବିସ୍ଫୋରକ ସାମଗ୍ରୀ ଓ ବେଆଇନ ଆତସବାଜୀ ଜବତ ଏବଂ ବିଭିନ୍ନ ମାମଲାର ଚାର୍ଜସିଟ ପ୍ରସ୍ତୁତ ସହ ମୋ ସରକାର କାର୍ଯ୍ୟକ୍ରମରେ ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ କରି ରାଜ୍ୟରେ ପ୍ରଥମ ସ୍ଥାନ ହାସଲ କରିଥିବାରୁ ଡିଆଇଜି ସନ୍ତୋଷ ପ୍ରକାଶ କରିଥିଲେ। ଏହି ଅବସରରେ ଡିଆଇଜି ଆସିକା ଥାନା ଇଲାକାକୁ ଅପରାଧମୁକ୍ତ କରିବା ନିମନ୍ତେ ଅସାମାଜିକଙ୍କ ଧିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଡିଆଇଜଙ୍କ ଗସ୍ତ ବେଳେ ଗଞ୍ଜାମ ଏସପି. ବ୍ରିଜେଶ ରୟ, ଆସିକା ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri