ଡିଆରଏମ୍‌ଙ୍କ ରୂପ୍‌ସା ଜଙ୍କଶନ ପରିଦର୍ଶନ: ୧୦ରେ ଆସିବେ ଜେନେରାଲ ମ୍ୟାନେଜର

ରୂପ୍‌ସା, ୮।୧(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନର ରେଳବାଇ ମ୍ୟାନେଜର (ଡିଆରଏମ୍‌) ମନୋରଞ୍ଜନ ପ୍ରଧାନ ମଙ୍ଗଳବାର ତୃତୀୟଥର ପାଇଁ ବାଲେଶ୍ୱର ଜିଲା ଅଧିନ ରୂପ୍‌ସା ରେଳ ଜଙ୍କଶନ ପରିଦର୍ଶନ କରିଛନ୍ତି। ଆସନ୍ତା ୧୦ ତାରିଖରେ ରେଳପଥର ଜେନେରାଲ ମ୍ୟାନେଜର ଏସ୍‌.କେ. ମହାନ୍ତି ଏହି ଜଙ୍କଶନକୁ ପରିଦର୍ଶନରେ ଆସିବା କାର୍ଯ୍ୟକ୍ରମ ଥିବାରୁ ଡିଆରଏମ୍‌ ବାରମ୍ବାର ଆସି ବିଭିନ୍ନ କାର୍ଯ୍ୟ ତଦାରଖ କରୁଛନ୍ତ। ନିର୍ମାଣାଧିନ ଫୁଟ ଓଭରବ୍ରିଜ ସମ୍ପ୍ରସାରଣ କାର୍ଯ୍ୟ, ଯାତ୍ରୀ ପ୍ରତୀକ୍ଷାଳୟ, ପ୍ଲାଟଫମୟର ପରିଷ୍କାର ପରିଚ୍ଛନ୍ନତା, ଟିକେଟ କାଉଣ୍ଟର, ଶୌଚାଳୟ ଆଦି ବୁଲି ଦେଖିଥିଲେ। ଷ୍ଟେଶନର ସାମଗ୍ରିକ ଉନ୍ନତିକରଣ କାର୍ଯ୍ୟ ତଦାରଖ କରିଥିଲେ। ରୂପ୍‌ସା-ବାଙ୍ଗିରିପୋଷି ନୂତନ ରେଳ ଲାଇନ କାର୍ଯ୍ୟ ପରିର୍ଦାନ କରି ବାଙ୍ଗରିପୋଷିରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଫେରି ରୂପ୍‌ସାରେ ଅପରାହ୍ନ ସାଢ଼େ ୪ଟାରେ ପହଞ୍ଚିଥିଲେ। ଦୀର୍ଘ ୩୦ମିନିଟ୍‌ ସେ ଜଙ୍କଶନରେ ରହି ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଷ୍ଟେସନ ମ୍ୟାନେଜର ମେଘରାୟ ହାଁସଦା, ଆରପିଏଫ୍‌ ଆଇଆଇସି ଜଗଦାନନ୍ଦ ମହାପାତ୍ର, ଏଏସ୍‌ଆଇ ଏସ୍‌. ପାତ୍ରଙ୍କ ସମେତ ରେଳବାଇ ଥାନା ପୋଲିସ ଉପସ୍ଥିତ ଥିଲେ। ପୂର୍ବରୁ ଡିଆରଏମ୍‌ ଗତ ନଭେମ୍ବର ୨୮ ଓ ଡିସେମ୍ବର ୨୮ରେ ଷ୍ଟେଶନ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri