ଡିଏଭି କଲେଜରେ ଜିତେନ୍ଦ୍ର, ହ୍ୟୁମାନଙ୍କ କାଉନସେଲିଂ: ଛାତ୍ରୀଛାତ୍ରଙ୍କୁ ଦେଲେ ସଫଳତାର ମନ୍ତ୍ର

ଟିଟିଲାଗଡ଼, ୧୫।୧ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଡିଏଭି ସ୍ବୟଂ ଶାସିତ କଲେଜ ଦୁଇ ପ୍ରାକ୍ତନ ଛାତ୍ର ତଥା ସେଲିବ୍ରେଟି ଜିତେନ୍ଦ୍ର ମିଶ୍ର ଏବଂ ହ୍ୟୁମାନ ସାଗରଙ୍କ ପାଇଁ ଗର୍ବିତ ହୋଇଛି। ଜାତୀୟ ତଥା ଅନ୍ତର୍ଜାତୀୟସ୍ତରରେ ଖ୍ୟାତିପ୍ରାପ୍ତ ଉଭୟ କଳାକାର କଲେଜ କର୍ତ୍ତୃପକ୍ଷଙ୍କ ନିମନ୍ତ୍ରଣକ୍ରମେ ସହସ୍ରାଧିକ ଛାତ୍ରୀଛାତ୍ରଙ୍କୁ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମରେ ଯୋଗଦେଇ ସଫଳତାର ସୂତ୍ର ଶିକ୍ଷା ଦେଇଥିଲେ। ପ୍ରାରମ୍ଭିକ ଶିକ୍ଷା ସମାପ୍ତ ପରେ ଫିଲ୍ମ କ୍ୟାରିୟରରେ କିଭଳି ଜଣେ ସ୍ପଟବୟରୁ ଅନ୍ତର୍ଜାତୀୟସ୍ତରରେ ଫିଲ୍ମ ପ୍ରଯୋଜକ ନିର୍ଦ୍ଦେଶକ ତଥା ବିଭିନ୍ନ ଅନ୍ତର୍ଜାତୀୟ ଫିଲ୍ମ ଉତ୍ସବରେ ଜୁରି ସଦସ୍ୟ ଭାବରେ ସଫଳ ହୋଇଥିଲେ ଜିତେନ୍ଦ୍ର ଛାତ୍ରୀଛାତ୍ରଙ୍କ ସମ୍ମୁଖରେ ଉପସ୍ଥାପନ କରି ଉତ୍ସାହ ଭରି ଦେଇଥିଲେ। ଆଗ୍ରହୀ ପ୍ରତିଭାଙ୍କୁ ଚଳଚ୍ଚିତ୍ର ଦିଗରେ ସେ ପ୍ରୋତ୍ସାହନ ଦେବେ ବୋଲି ପ୍ରତିଶୃତି ଦେଇଥିଲେ।
ହ୍ୟୁମାନ ଜଣେ ସଫଳ ଓଡିଆ ଚଳଚ୍ଚିତ୍ର ଗାୟକ ଭାବେ ପ୍ରସିଦ୍ଧି ହାସଲ କରିଛନ୍ତି। ଯେ କୌଣସି କ୍ୟାରିୟର ଗଢିବା ପାଇଁ ଜଣେ ଉତ୍ତମ ତଥା ଚରିତ୍ରବାନ ଶିକ୍ଷାର୍ଥି ହେବା ନିତ୍ୟାନ୍ତ ଆବଶ୍ୟକ ବୋଲି ସେ ସଫଳତାର ମନ୍ତ୍ର କହିଥିଲେ। ଉଭୟ କଳାକାରଙ୍କ ସହ ସେଲଫି ଉଠାଇବାକୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। କଲେଜ ଅଧ୍ୟକ୍ଷ ସୁଶିଲ ପାଢୀ ଉଭୟ ଯୁବ ସେଲେବ୍ରେଟିଙ୍କୁ ସ୍ବାଗତ କରିବା ସହ ଉତ୍ତୋରତ୍ତର ଉନ୍ନତି କାମନା କରିଥିଲେ। ମେଜର ଡ. ମଧୁସୂଦନ ମିଶ୍ର ସଭା ପରିଚାଳନା କରିଥିବା ଅଧ୍ୟାପକ ଡ. ରମାକାନ୍ତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ଅଧ୍ୟାପକ ଡ, ନନ୍ଦକୁମାର ହୋତା, ଡ. ଉମେଶ ସାହୁ, ଡ. ସଞ୍ଜିବ ତ୍ରିପାଠୀ, ବିଧାନ ମିଶ୍ର, ପ୍ରାକ୍ତନ ଛାତ୍ର ତଥା ଅବସରପ୍ରାପ୍ତ ବାୟୁସେନା ଅଧିକାରୀ ସନ୍ତୋଷ ମହାନ୍ତି, ମଦନମୋହନ ପୃଷ୍ଟି, କଣ୍ଠଶିଳ୍ପୀ ପ୍ରେମ ସିହ୍ନା, ସୌରଭ ଜୈନ, ଶ୍ରୀମାନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri