Posted inଜାତୀୟ

ଡିଏମ୍‌କେ ବିଜ୍ଞାପନରେ ଚାଇନା ପତାକା ଦେଖି ରାଗିଗଲେ ମୋଦି

ଚେନ୍ନାଇ,୨୮।୨:ତାମିଲନାଡୁର ତିରୁନେଲଭେଲିରେ ବୁଧବାର ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଂଶଗ୍ରହଣ କରିଛନ୍ତି। ଏହି ସମୟ ମଧ୍ୟରେ ସେ ଇସ୍ରୋର ଲଞ୍ଚ ପ୍ୟାଡ ସମ୍ବନ୍ଧ ବିଜ୍ଞାପନରେ ଚାଇନାର ପତାକା ଥିବାରୁ ଦ୍ରାବିଡା ମୁନ୍ନେତ୍ରା କାଜଗାମ (ଡିଏମକେ) କୁ ଟାର୍ଗେଟ କରିଥିଲେ ଏବଂ ଏହାକୁ ଇସ୍ରୋ ବୈଜ୍ଞାନିକମାନଙ୍କୁ ଅପମାନିତ କରିଥିବା ଅଭିଯୋଗ କରିଥିଲେ।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଡିଏମକେ ଏମିତି ଏକ ଦଳ ଯାହା କୌଣସି କାମ କରେ ନାହିଁ କିନ୍ତୁ ମିଥ୍ୟା ବାହାଦୁରୀ ନେବାକୁ ଆଗରେ ଠିଆ ହୋଇଛି। ଏହି ଲୋକମାନେ ଆମର ଯୋଜନା ଉପରେ ସେମାନଙ୍କର ନିଜ ଷ୍ଟିକର୍‌ ଲଗାନ୍ତି। ବର୍ତ୍ତମାନ ସେମାନେ ସୀମା ଅତିକ୍ରମ କରିଛନ୍ତ। ଅନ୍ନାମଲାଇ ମୋତେ କହିଥିଲେ ଯେ ଏହି ଲୋକମାନେ ଇସ୍ରୋର ଲଞ୍ଚ ପ୍ୟାଡ ପାଇଁ କ୍ରେଡିଟ ନେବାକୁ ଚାଇନା ପତାକାର ଏକ ଷ୍ଟିକର୍‌ ଲଗାଇଛନ୍ତି। ସେମାନେ ଆମ ଯୋଜନାରେ ଷ୍ଟିକର ଲଗାଇ ଜନସାଧାରଣଙ୍କ ମଧ୍ୟରେ ଏହାର ମିଥ୍ୟା ପ୍ରଚାର ପ୍ରସାର କରିବାର କାର୍ଯ୍ୟ କରିଛନ୍ତି। ଏହି କାର୍ଯ୍ୟ କରି ଭାରତର ବୈଜ୍ଞାନିକମାନଙ୍କୁ ଅପମାନିତ କରିଛନ୍ତି। ଡିଏମକେ ନେତାମାନେ ମହାକାଶରେ ଭାରତର ଅଗ୍ରଗତିକୁ ସହ୍ୟ କରିବାକୁ ପ୍ରସ୍ତୁତ ନୁହଁନ୍ତି। ମହାକାଶରେ ଭାରତର ଅଗ୍ରଗତି ଦେଖିବାକୁ ସେମାନେ ଚାହୁଁନାହାଁନ୍ତି।
ପ୍ରଧାନମନ୍ତ୍ରୀ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି, ଆପଣ ଦେଉଥିବା ଟିକସ, ସେମାନେ ଏଭଳି ମିଥ୍ୟା ବିଜ୍ଞାପନରେ ଖର୍ଚ୍ଚ କରନ୍ତି। ବର୍ତ୍ତମାନ ସମୟ ଆସିଛି ଯେ ଡିଏମକେ ହଟାଇବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri