ଡିକି ଭାଙ୍ଗି ୨ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

ଆନନ୍ଦପୁର,୧୧।୬(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ଥାନା ୪ନଂ ଓ୍ବାର୍ଡ ଲକ୍ଷ୍ମୀବଜାରସ୍ଥିତ ଏକ ଜଳଖିଆ ଦୋକାନ ଆଗରେ ଥିବା ଏକ ବାଇକ୍‌ର ଡିକି ଭାଙ୍ଗି ଦୁର୍ବୃତ୍ତମାନେ ୨ ଲକ୍ଷ ଟଙ୍କା ଲୁଟିନେଇଥିବା ଥାନାରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ନନ୍ଦିପଦା ଥାନା ବେତିରା ଗ୍ରାମର ସିଆର୍‌ପିଏଫ୍‌ ହାବିଲଦାର ପ୍ରଫୁଲ୍ଲ ଦାଶ ଘର କାମ ପାଇଁ ଆନନ୍ଦପୁର ଷ୍ଟେଟବ୍ୟାଙ୍କ ଶାଖାରୁ ୨ ଲକ୍ଷ ଟଙ୍କା ଉଠାଇ କରି ଗାଡ଼ି ଡିକିରେ ରଖିଥିଲେ। ପରେ ପ୍ରଫୁଲଙ୍କ ଲକ୍ଷ୍ମୀବଜାରର ଏକ ଜଳଖିଆ ଦୋକାନ ଆଗରେ ଗାଡ଼ିକୁ ରଖି ଜଳଖିଆ ଖାଇଥିଲେ। ପରେ ଗାଡିର ଡିକି ଭାଙ୍ଗିଥିବା ଓ ସେଥିରେ ଟଙ୍କା ନ ଥିବା ଦେଖିବାକୁ ପାଇଥିଲେ। ଏ ନେଇ ଆନନ୍ଦପୁର ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ପ୍ରେମରେ ଅନ୍ଧ ହେଲେ ୯ ସନ୍ତାନର ମା’, କାଠ ଫାଳିଆରେ ଛେଚି ସ୍ବାମୀଙ୍କୁ ହତ୍ୟା

ନୂଆଦିଲ୍ଲୀ,୧୪।୭: ଗୁଜୁରାଟର ବନାସକାଣ୍ଠା ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ପ୍ରାରମ୍ଭରେ, ଘଟଣାଟି ପ୍ରାକୃତିକ କିମ୍ବା ସାଧାରଣ ମୃତ୍ୟୁ ମାମଲା ପରି ମନେ ହେଉଥିଲା…

ବଲାଙ୍ଗୀର ସହରର ବ୍ୟବସାୟୀଙ୍କ ମିଳୁନି ପତ୍ତା : କଲ୍ କଲେ ଫୋନ ସ୍ୱିଚ୍‌ ଅଫ୍‌

ବଲାଙ୍ଗୀର, ୧୩।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପ୍ୟାଲେସ ଲାଇନ୍ ଅଞ୍ଚଳର ବାସିନ୍ଦା ତଥା ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାରଠାରୁ ନିଖୋଜ ଥିବା ନେଇ ଅଭିଯୋଗ…

ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର କଲେ ଡାକ୍ତର, ଝିଅ କାନ୍ଦିକାନ୍ଦି ମା’ଙ୍କୁ କହିବା ପରେ…

ଜଗନ୍ନାଥପ୍ରସାଦ,୧୩ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଡାକ୍ତରୀ ବୃତ୍ତିରେ କଳଙ୍କ। ଭଗବାନଙ୍କ ଦ୍ୱିତୀୟ ଅବତାର କୁହାଯାଉଥିବା ଡାକ୍ତର ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।…

ଭିଜିଲାନ୍ସ ପଞ୍ଝାରେ ଓସିସି ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ମୋବାଇଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର…

ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri