ଡିଜାଇନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଗଞ୍ଜାମ ଜିଲା ତାରାତାରିଣୀ ପୀଠର ଉନ୍ନତୀକରଣ କରାଯିବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅନୁମୋଦନ କରିଛନ୍ତି। ସେହିପରି ନିର୍ଦ୍ଧାରିତ ସମୟରେ ଏହାର ସୌନ୍ଦର୍ଯ୍ୟକରଣ ଓ ଭିତ୍ତିଭୂମି କାର୍ଯ୍ୟ ସାରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ମନ୍ଦିରର ପ୍ରବେଶ ଦ୍ୱାର ତଥା ସିଂହଦ୍ୱାରର ଉନ୍ନତୀକରଣ କରାଯିବ। ମନ୍ଦିରକୁ ସୁଗମ ଚଲାପଥ ସହ ପିଇବା ପାଣି ବ୍ୟବସ୍ଥା କରାଯିବ। ଏହା ମଧ୍ୟରେ ପ୍ରସାଦ ସେବନ ମଣ୍ଡପ, ଇଣ୍ଟରପ୍ରିଟେସନ୍‌ ସେଣ୍ଟର, ମୁଣ୍ଡନ ହଲ୍‌ ଏବଂ ଶୌଚାଳୟ ମଧ୍ୟ ନିର୍ମାଣ କରାଯିବ। ଉପାସନା ଏବଂ ବିଶ୍ରାମ ଗୃହ, ଫୁଡ୍‌ କିସ୍‌କୋ, ପିଇବା ପାଣି, ଜୋତା ଷ୍ଟାଣ୍ଟ, ପାଦ ଧୋଇବାକୁ ସ୍ବତନ୍ତ୍ର ସ୍ଥାନ, ଅପେକ୍ଷାସ୍ଥଳ, ଅବରୋଧ ବିହୀନ ଯୋଗାଯୋଗ ବ୍ୟବସ୍ଥା କରାଯିବାକୁ ନିଷ୍ପତ୍ତି ହୋଇଛି। ୱାଚ୍‌ ଟାୱାର, ପୋଲିସ୍‌ ଆଉଟପୋଷ୍ଟ ଏବଂ ପ୍ରାଥମିକ ଚିକିତ୍ସା କେନ୍ଦ୍ର ମଧ୍ୟ ରହିବ। ମୁଖ୍ୟ ମନ୍ଦିର ପଛ ପାଖରେ ଉପାସନା ଗୃହ ରହିବ। ଏହା ଏକ ଅନ୍ୟତମ ଶକ୍ତିପୀଠ, ତେଣୁ ଓଡ଼ିଶାର ପୁରାତନ କାରୁକାର୍ଯ୍ୟ କରାଯାଇ ଏହାର ସର୍ବାଙ୍ଗୀନ ସୌନ୍ଦର୍ଯ୍ୟକରଣ ପାଇଁ ନିଷ୍ପତ୍ତି ହୋଇଛି। ଲୋକସେବା ଭବନରେ ଏହି ଘୋଷଣା କରାଯିବାରୁ ପ୍ରକଳ୍ପ ସମ୍ପର୍କିତ ଉପସ୍ଥାପନା ହୋଇଥିଲା। ଏହାକୁ ସ୍ଥାପତ୍ୟ ସଂସ୍ଥା ନେଷ୍ଟର ଦ୍ୱାରା ପ୍ରସ୍ତୁତ କରାଯାଇଛି। ଡିଜାଇନ୍‌ ଅନୁଯାୟୀ କାର୍ଯ୍ୟ ସମ୍ପାଦିତ ହେଲେ ପୀଠଟି ପ୍ରମୁଖ ଦର୍ଶନୀୟ ସ୍ଥାନ ହେବ। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ ସିଏମ୍‌ଓର ମୁଖ୍ୟ ପରାମର୍ଶଦାତା ଆର.ବାଲକ୍ରିଷ୍ଣନ, ଗ୍ରାମ୍ୟ ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଜଳସମ୍ପଦ ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର , ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ , ପୂର୍ତ୍ତ ସଚିବ କ୍ରିଷ୍ଣନ କୁମାର, ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, କିଛିଦିନ ତଳେ ୫-ଟି ସଚିବ ଏହି ପୀଠକୁ ଗସ୍ତ କରିବା ସହ ଏହାର ଉନ୍ନୟନ ନେଇ ସ୍ଥାନୀୟ ଜନସାଧାରଣ, ମନ୍ଦିର କର୍ତ୍ତୃପକ୍ଷ ଏବଂ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri