ଡିଜିଟାଲ ପ୍ଲାଟଫର୍ମରେ ହେବ ସଂସ୍କୃତି ବିଭାଗ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୭ା୫(ବ୍ୟୁରୋ)- ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ନୃତ୍ୟ, ସଙ୍ଗୀତ ଓ ସାରସ୍ବତ କାର୍ଯ୍ୟକ୍ରମର ଡିଜିଟାଲ ପ୍ରସାରଣ ପାଇଁ ନିଷ୍ପତ୍ତି ନିଆଯାଇଛି। କରୋନା ଲକ୍‌ଡାଉନ୍‌ ପାଇଁ ସମସ୍ତ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ହୋଇଯାଇଥିବାରୁ ଏହାର ପ୍ରଭାବ କଳାକାର ଓ କଳାପ୍ରେମୀଙ୍କ ଉପରେ ପଡ଼ିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ପ୍ରତିଷ୍ଠିତ ବ୍ୟକ୍ତିବିଶେଷଙ୍କୁ ନେଇ ପ୍ରବଚନ, ସୁଗମ ସଙ୍ଗୀତ, ଭଜନ, ବାଦ୍ୟଯନ୍ତ୍ର, ଓଡ଼ିଶୀ, ସୋଲୋ ଏକାଙ୍କିକା ଭଳି ସୃଜନାତ୍ମକ କାର୍ଯ୍ୟକ୍ରମ କରାଯିବାକୁ ସ୍ଥିର ହୋଇଛି। ବୁଧବାର ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ନିଷ୍ପତ୍ତି ଅନୁସାରେ, ଉଭୟ ଏକାଡେମୀର ସମନ୍ବୟରେ ବିଭିନ୍ନ କାର୍ଯ୍ୟକ୍ରମକୁ ଭିଡିଓ ରେକର୍ଡିଂ କରାଯାଇ ଟିଭି ଚ୍ୟାନେଲ ଓ ସୋସିଆଲ ମିଡ଼ିଆ ମାଧ୍ୟମରେ ପ୍ରସାରଣ କରାଯିବ। ସେହିଭଳି ବାଦ୍ୟ ସଂଗୀତ ଓ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସାକ୍ଷାତ୍‌କାର ମଧ୍ୟ ଲୋକେ ଦେଖିବାର ସୁଯୋଗ ପାଇବେ। ପ୍ରତ୍ୟେକ କାର୍ଯ୍ୟକ୍ରମ ୩୦ ମିନିଟ୍‌ ଅବଧିର ରହିବ ଓ କୌଣସି ପ୍ରକାର ଭାବର ଆଦାନପ୍ରଦାନ ରହିବ ନାହିଁ। ଡିଜିଟାଲ୍‌ ମୋଡ୍‌ରେ ଟିଭି ଏବଂ ସୋସିଆଲ୍‌ ମିଡିଆରେ ଏହି କାର୍ଯ୍ୟକ୍ରମ ବହୁ ସଂଖ୍ୟକ ଦର୍ଶକଙ୍କ ପାଖରେ ପହଞ୍ଚତ୍ପାରିବ ବୋଲି ମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।
ଅନ୍ୟପକ୍ଷରେ ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ବାର୍ଷିକ କାର୍ଯ୍ୟକ୍ରମ କ୍ୟାଲେଣ୍ଡର ଅନୁଯାୟୀ ହେଉଥିବା ବିଭିନ୍ନ ଉତ୍ସବକୁ ଡିଜିଟାଲ୍‌ ମାଧ୍ୟମରେ ପ୍ରସାରଣ କରାଯିବାକୁ ବୈଠକରେ ଆଲୋଚନା କରାଯାଇଥିଲା। ଏକାଡେମୀଗୁଡ଼ିକର କାର୍ଯ୍ୟକ୍ରମକୁ ସ୍ଥାଣୁତ୍ୱରୁ ରକ୍ଷା କରିବାକୁ ହେଲେ ଏହା ହିଁ ଏକ ଉପଯୁକ୍ତ ପ୍ଲାଟଫର୍ମ ବୋଲି ବିଭାଗୀୟ ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ ଏହି ଅବସରରେ କହିଥିଲେ। ବୈଠକରେ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ବିଜୟ କୁମାର ନାୟକ, ସଂଗୀତ ନାଟକ ଏକାଡେମୀ ଅଧ୍ୟକ୍ଷ ଡ. ରାମକୃଷ୍ଣ ସାହୁ, ସଂପାଦକ ପ୍ରବୋଧ ରଥ, ଓଡ଼ିଶା ସାହିତ୍ୟ ଏକାଡେମୀ ସମ୍ପାଦିକା ସୁଚିସ୍ମିତା ମନ୍ତ୍ରୀ ପ୍ରମୁଖ ଯୋଗଦେଇଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ଜୁନ୍‌ ପହିଲାରୁ ପ୍ରସାରଣ ପାଇଁ ପଦକ୍ଷେପ ନେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି

ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri