ଡିଜେ ସାଉଣ୍ଡ ଯୋଗୁ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବ୍ୟାହତ, ବରଗଡ଼ ଏସ୍‌ପିଙ୍କୁ ଗୁହାରି କଲେ ଅଭିଭାବକ

ବରଗଡ଼ ଅଫିସ, ୨୯।୧- ବରଗଡ଼ ସହର ୱାର୍ଡ ନଂ-୧ ଅଧୀନ ଭଟଲି ରୋଡ୍‌ ଛକ ପାର୍ଶ୍ୱରେ ରହିଥିବା ଏକ ବିବାହ ମଣ୍ଡପରେ ପ୍ରାୟ ପ୍ରତିଦିନ ରାତି ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଡିଜେ ବାଜୁଥିବା ଯୋଗୁ ଅଞ୍ଚଳର ଛାତ୍ରୀଛାତ୍ରଙ୍କ ପାଠପଢ଼ା ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। ଆଗକୁ ମାଟ୍ରିକ୍‌ ଓ ଅନ୍ୟ ପରୀକ୍ଷା ରହିଥିବାବେଳେ ଏଭଳି ଶବ୍ଦ ପ୍ରଦୂଷଣ ଯୋଗୁ ପରୀକ୍ଷାର୍ଥୀମାନଙ୍କ ପାଠପଢ଼ାରେ ବ୍ୟାଘାତ ସୃଷ୍ଟି କରୁଛି। ଏ ସମ୍ପର୍କରେ ବିବାହ ମଣ୍ଡପ କର୍ତ୍ତୃପକ୍ଷ ଏବଂ ସ୍ଥାନୀୟ ପୋଲିସର ଦୃଷ୍ଟି ଆକର୍ଷଣ କରିବା ସତ୍ତ୍ବେ କିଛି ପଦକ୍ଷେପ ନିଆଯାଉନାହିଁ। ଫଳରେ ସେଥିରେ ହସ୍ତକ୍ଷେପ କରି ଭଟଲି ରୋଡ ଛକ ଅଞ୍ଚଳରେ ଶବ୍ଦ ପ୍ରଦୂଷଣ ତଥା ଡିଜେ ବାଜିବା ଉପରେ ଅଙ୍କୁଶ ଲଗାଇବା ପାଇଁ ଅଭିଭାବକମାନେ ଦାବି କରିଛନ୍ତି। ଏ ନେଇ ବୁଧବାର ଉକ୍ତ ଅଞ୍ଚଳବାସୀ ବରଗଡ଼ ଏସ୍‌ପି ପଦ୍ମିନୀ ସାହୁଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସ୍ମାରକପତ୍ର ପ୍ରଦାନ ସମୟରେ ଅଞ୍ଚଳବାସୀଙ୍କ ପକ୍ଷରୁ ପ୍ରହଲ୍ଲାଦ ମହାପାତ୍ର, କେଦାର ମିଶ୍ର, ବେଣୁଧର ମହାପାତ୍ର, ସଞ୍ଜୀବ ମହାପାତ୍ର, ପୁନମ୍‌ ଅଗ୍ରୱାଲ, ବିନି ବାରିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri