ଡିଡିଓଙ୍କୁ ଅର୍ଥ ବିଭାଗର ଚେତାବନୀ: ବ୍ୟାଙ୍କରେ ଅଯଥା ସରକାରୀ ଅର୍ଥ ରଖିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧।୩(ବ୍ୟୁରୋ): ଆର୍ଥିକବର୍ଷ ଶେଷକୁ ଖର୍ଚ୍ଚ ନ ରଖି ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ଶେଷ କରିବାକୁ ଅର୍ଥ ବିଭାଗ ସମସ୍ତ ବିଭାଗ ଓ ବିଭାଗୀୟ ମୁଖ୍ୟ ଦପ୍ତରକୁ ନିର୍ଦ୍ଦେଶ ଦେଇଛି। ଏ ନେଇ ଅର୍ଥ ବିଭାଗ ସଚିବ ଅଶୋକ କୁମାର ମୀନା ଚିଠି ଲେଖିଛନ୍ତି। ଚିଠିରେ କୁହାଯାଇଛି ଯେ, କୌଣସି ଆର୍ଥିକ ଅନୁମୋଦନ, ଆଲଟମେଣ୍ଟ, ଅର୍ଥ ପଇଠ କରିବା, ଟ୍ରେଜେରିକୁ ବିଲ୍‌ ଦେବା କିମ୍ବା ଅର୍ଥ ବିଭାଗକୁ କୌଣସି ଆର୍ଥିକ ପ୍ରସ୍ତାବ ଆଦି ଦେବା ପାଇଁ ଆର୍ଥିକବର୍ଷ ଶେଷକୁ ନ ରଖି ଧାର୍ଯ୍ୟ ତାରିଖ ମଧ୍ୟରେ ଶେଷ କରିବାକୁ କୁହାଯାଇଛି।

ଏଥିସହିତ ଟ୍ରେଜେରିରେ ବିଲ୍‌ ପଇଠ କରିବା ନେଇ ମଧ୍ୟ ଅର୍ଥ ବିଭାଗ ପକ୍ଷରୁ କଡା ତାଗିଦ କରାଯାଇଛି। ଟ୍ରେଜେରିରେ ବିଲ୍‌ ପଇଠ କରିବା ଶେଷ ତାରିଖ ବିଷୟରେ ୨୦୨୦ ଫେବୃୟାରୀ ୬ ତାରିଖରେ ଦିଆଯାଇଥିବା ଚିଠିରେ ଉଲ୍ଲେଖ କରାଯାଇଛି। ପ୍ରଶାସନିକ ସୁବିଧା ଏବଂ ବିଲ ପଇଠ ବ୍ୟବସ୍ଥାକୁ ସୁସଙ୍ଗତ କରିବା ପାଇଁ ଏହି ନିର୍ଦ୍ଦେଶନାମା ଦିଆଯାଇଛି। ଟ୍ରେଜେରିରେ ଧାର୍ଯ୍ୟ କରାଯାଇଥିବା ତାରିଖ ଅନୁଯାୟୀ ବିଲ୍‌ ପଇଠ ହେଉଛି କି ନାହିଁ ସେନେଇ ସମୀକ୍ଷା କରାଯିବ।

ଜରୁରୀ ନ ଥିଲେ ଡିଡିଓ ଟ୍ରେଜେରିରୁ ଅର୍ଥ ଉଠାଇ ପାରିବେ ନାହିଁ। ଏ ନେଇ ୨୦୧୪ ନଭେମ୍ବର ୧୧ ଏବଂ ୨୦୧୯ ଜୁଲାଇ ୧୦ ତାରିଖରେ ଅର୍ଥ ବିଭାଗ ପକ୍ଷରୁ ଚିଠି ଲେଖାଯାଇଥିଲା। ସରକାରୀ ଅର୍ଥକୁ କୌଣସି ବ୍ୟାଙ୍କରେ ଅଯଥାରେ ଜମା କରାଯାଇ ପାରିବ ନାହିଁ। ଏହାକୁ ଅମାନ୍ୟ କଲେ ସମ୍ପୃକ୍ତ ଡିଡିଓଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅର୍ଥ ବିଭାଗ ପକ୍ଷରୁ ଦିଆଯାଇଥିବା ଆର୍ଥିକ ପରିଚାଳନା ଗାଇଡଲାଇନକୁ ଅନୁସରଣ କରିବାକୁ ଚିଠିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri