Posted inଖେଳ

ଡି’ଭିଲର୍ସଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଅନିଶ୍ଚିତା

ଜୋହାନ୍ସବର୍ଗ, ୧୪ା୪ (ପି.ଟି.)- ଦକ୍ଷିଣ ଆଫ୍ରିକାର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଏବି ଡି’ଭିଲର୍ସଙ୍କ କ୍ରିକେଟକୁ ପୁନଃ ପ୍ରତ୍ୟାବର୍ତ୍ତନକୁ ନେଇ ଅନିଶ୍ଚିତତା ଦେଖାଦେଇଛି। କୋଭିଡ୍‌-୧୯ ମହାମାରୀର ଆବିର୍ଭାବ ଯୋଗୁ ବିଶ୍ୱରେ ବହୁ କ୍ରୀଡ଼ା ଇଭେଣ୍ଟ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି ଓ ଅନ୍ୟ କେତେକ ବାତିଲ କରାଯାଇଛି। ଅଷ୍ଟ୍ରେଲିଆରେ ହେବାକୁଥିବା ଟି୨୦ ବିଶ୍ୱକପ୍‌ ସ୍ଥଗିତ ହେବା ସମ୍ଭାବନା ଦେଖା ଦେଇଛି। ଆଇସିସି ଟି୨୦ ବିଶ୍ୱକପ୍‌ ଚଳିତ ବର୍ଷ ଅକ୍ଟୋବର ୧୮ରୁ ନଭେମ୍ବର ୧୫ ପର୍ଯ୍ୟନ୍ତ ଖେଳାଯିବା କାର୍ଯ୍ୟକ୍ରମ ରହିଛି। ସେତେବେଳେ କରୋନା ଭାଇରସ୍‌ ଜନିତ ପରିସ୍ଥିତି କ’ଣ ଥିବା କହିହେବ ନାହିଁ। ଡି’ଭିଲର୍ସ କହିଛନ୍ତି,ବର୍ତ୍ତମାନ ସ୍ଥିତିରେ ମୁଁ ଦକ୍ଷିଣ ଆଫ୍ରିକା ପାଇଁ ଖେଳିବା ଲାଗି ପ୍ରସ୍ତୁତ ଅଛି। ଟୁର୍ନାମେଣ୍ଟ ଯଦି ଆସନ୍ତା ବର୍ଷକୁ ଘୁଞ୍ଚାଇ ଦିଆଯାଏ ତେବେ ସେତେବେଳେ ଅନେକ କିଛି ପରିବର୍ତ୍ତନ ଘଟି ସାରିଥିବ। ୬ ମାସ ପରେ ମୁଁ କେତେଦୂର ଫିଟ୍‌ ଥିବି ତାହା କହିହେବ ନାହିଁ। ଟି୨୦ ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକା ଦଳର ଅଭିଯାନରେ ମୁଁ ପ୍ରମୁଖ ଭୂମିକା ଗ୍ରହଣ କରେ ବୋଲି କୋଚ୍‌ ମାର୍କ ବାଉଚର ଚାହାନ୍ତି। ତେବେ ମୁଁ ଏବେଠାରୁ ତାଙ୍କୁ ପ୍ରତିଶ୍ରୁତି ଦେଇ ବୃଥା ଆଶା ସୃଷ୍ଟି କରିବାକୁ ଚାହେଁନା। ଡି’ଭିଲର୍ସ କହିଛନ୍ତି, ମୁଁ ୮୦ ପ୍ରତିଶତ ଫିଟ୍‌ ଥିଲେ ମଧ୍ୟ ଖେଳିବାକୁ ପସନ୍ଦ କରେନି। ଶତପ୍ରତିଶତ ସୁସ୍ଥ ଥିଲେ ଉପଲବ୍ଧ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri