Posted inଖେଳ

ଡିଭିଲିୟର୍ସଙ୍କୁ ଟି୨୦ ବିଶ୍ୱକପ୍‌ ଦଳରେ ଚାହାନ୍ତି ଜଣ୍ଟି ରୋଡ୍ସ

ନୂଆଦିଲ୍ଲୀ,୧୦।୩- ଦକ୍ଷିଣ ଆଫ୍ରିକା ଦଳ ଟି୨୦ ବିଶ୍ୱକପ୍‌ ଜିତିବା ପାଇଁ ସବୁକିଛି କରିବା ଦରକାର। ବିସ୍ଫୋରକ ବ୍ୟାଟ୍ସମ୍ୟାନ ଏବି ଡିଭିଲିୟର୍ସଙ୍କୁ ଅବସରରୁ ଫେରାଇ ଆଣିବାକୁ ପଡ଼ିବ ବୋଲି ପୂର୍ବତନ ଖେଳାଳି ଜଣ୍ଟି ରୋଡ୍ସ କହିଛନ୍ତି। ୩୬ ବର୍ଷୀୟ ଡିଭିଲିୟର୍ସ ଦୁଇ ବର୍ଷ ହେଲା ଅନ୍ତର୍ଜାତୀୟ କ୍ରିକେଟ ଖେଳି ନାହାନ୍ତି। ୨୦୧୮ ମେ’ରେ ଅବସର ନେଇଥିବା ଡିଭିଲିୟର୍ସ ଗତବର୍ଷ ୫୦ ଓଭର ବିଶିଷ୍ଟ ଆଇସିସି ବିଶ୍ୱକପ୍‌ରେ ଖେଳିବା ପାଇଁ ପ୍ରସ୍ତାବ ଦେଇଥିଲେ। କିନ୍ତୁ ଜାତୀୟ ଚୟନକର୍ତ୍ତା ମନା କରି ଦେଇଥିଲେ। ମୁଁ ଡିଭିଲିୟର୍ସଙ୍କ ଜଣେ ବଡ଼ ପ୍ରଶଂସକ। ଦକ୍ଷିଣ ଆଫ୍ରିକା ଦଳକୁ ବିଶ୍ୱକପ୍‌ ଜିତିବାକୁ ହେଲେ ଶ୍ରେଷ୍ଠ ଦଳକୁ ଚୟନ କରିବାକୁ ପଡ଼ିବ। ତାଙ୍କୁ ଦଳରେ ସାମିଲ କରିବା କଷ୍ଟକର। କାରଣ ତାଙ୍କୁ ସାମିଲ କରିବା ଦ୍ୱାରା ଗତ ଦୁଇବର୍ଷ ହେଲା ଦଳର ଅଂଶ ଥିବା ଖେଳାଳିଙ୍କୁ ବାହାରେ ରଖିବାକୁ ପଡ଼ିବ। କିନ୍ତୁ ଦଳ ପାଇଁ ଡିଭିଲିୟର୍ସ ଜରୁରୀ। ଆଇପିଏଲ ଓ ବିଗ୍‌ ବାଶ ଲିଗ୍‌ରେ ତାଙ୍କ ପ୍ରଦର୍ଶନ ଚମତ୍କାର ଥିଲା। ସେ ଜଣେ ବିଶ୍ୱ ସ୍ଥରୀୟ ଖେଳାଳି। ତାଙ୍କୁ ମୁଁ ବିଶ୍ୱକପ୍‌ରେ ଦେଖିବାକୁ ଚାହେଁ ବୋଲି ରୋଡ୍ସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri