ଡିସେମ୍ବର ୩୧ ଯାଏ ହେବ ଅନ୍‌ଲାଇନ, ଅଫ୍‌ ଲାଇନ ପରୀକ୍ଷା

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଆସନ୍ତା ଡିସେମ୍ବର ୩୧ ତାରିଖ ଯାଏ ଯାନବାହନ ପ୍ରଦୂଷଣ ପରୀକ୍ଷା ଉଭୟ ଅନଲାଇନ ଓ ଅଫଲାଇନରେ ହେବ। ଏ ନେଇ ଗୁରୁବାର ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଜିଲାପାଳ, ଏସ୍‌ପି ଓ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି।
ଆସନ୍ତା ଅକ୍ଟୋବର ପହିଲାରୁ ପ୍ରଦୂଷଣ ନିୟନ୍ତ୍ରଣାଧୀନ (ପିୟୁସି) ସାର୍ଟିଫିକେଟ ଅନଲାଇନରେ କରାଯିବ। ଅଫ୍‌ ଲାଇନ ବା ମାନୁଆଲ ବ୍ୟବସ୍ଥା ଉଚ୍ଛେଦ ହେବ ବୋଲି ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ କୁହାଯାଇଥିଲା। ଅକ୍ଟୋବର ପହିଲାକୁ ଆଉ ମାତ୍ର ୪ ଦିନ ବାକି ରହିଛି। ପର୍ଯ୍ୟାପ୍ତ ପ୍ରଦୂଷଣ ପରୀକ୍ଷା କେନ୍ଦ୍ର ନ ଥିବାରୁ ଅନଲାଇନ ପିୟୁସି ସମସ୍ୟା ଅସମ୍ଭାଳ ହେବା ଆଶଙ୍କାରେ ବିଭାଗ ଅଫଲାଇନ ମାଧ୍ୟମରେ ପ୍ରଦୂଷଣ ଯାଞ୍ଚ କରିବାକୁ ପୁଣିଥରେ ନିଷ୍ପତ୍ତି ନେଇଛି।
କେନ୍ଦ୍ର ସରକାରଙ୍କ ସଡକ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରଣାଳୟ ବିଜ୍ଞପ୍ତି ଅନୁଯାୟୀ ‘ବାହନ’ ଅନଲାଇନ ବ୍ୟବସ୍ଥା ଜରିଆରେ ୨୦୧୯ ଏପ୍ରିଲ ପହିଲାରୁ ପିୟୁସି ସାର୍ଟିଫିକେଟ ଦେବାକୁ ବାଧ୍ୟତାମୂଳକ କରାଯାଇଥିଲା। ତେବେ ରାଜ୍ୟରେ ଆବଶ୍ୟକ ଭିତ୍ତିଭୂମି ନ ଥିବାରୁ ଏହାକୁ ଅକ୍ଟୋବାର ପହିଲା ଯାଏ ବୃଦ୍ଧି କରାଯାଇଥିଲା। ପ୍ରଦୂଷଣ ପରୀକ୍ଷା କେନ୍ଦ୍ରଗୁଡିକ ଇଲେକ୍ଟ୍ରୋନିକ ଫର୍ମାଟରେ ସାର୍ଟିଫିକଟେ ଇସ୍ୟୁ କରିବାକୁ ବାଧ୍ୟତାମୂଳକ କରାଯାଇଥିଲା । ଏହି ସମୟ ସୀମାକୁ ରାଜ୍ୟ ସରକାର ପୁଣି ୨ ମାସ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।
ରାଜ୍ୟରେ ୧୬୩ଟି ପଞ୍ଜୀକୃତ ପ୍ରଦୂଷଣ ପରୀକ୍ଷା କେନ୍ଦ୍ର କାର୍ଯ୍ୟ କରୁଛି। ସେଥିରୁ ୧୦୬ଟିକୁ ବାହନ ସହ ଲିଙ୍କ୍‌ କରାଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି। ଏହାଛଡା ଆହୁରି ୧୪ଟି ନୂତନ ପ୍ରଦୂଷଣ ପରୀକ୍ଷା କେନ୍ଦ୍ରକୁ ପିୟୁସି ସାର୍ଟିଫିକେଟ ଦେବାକୁ ପଞ୍ଜୀକୃତ କରାଯାଇଛି। ଭୁବନେଶ୍ୱରରେ ୩୧ଟି ପ୍ରଦୂଷଣ ଯାଞ୍ଚ ୟୁନିଟ କାର୍ଯ୍ୟ କରୁଛି। ପିୟୁସି ସାର୍ଟିଫିକେଟ ପାଇଁ ଦୁଇ ଚକିଆ ଓ ତିନି ଚକିଆ ଯାନବାହନ ପାଇଁ ୬୦ ଟଙ୍କା ଧାର୍ଯ୍ୟ କରାଯାଇଥିବା ବେଳେ ହାଲୁକା ଯାନ ପାଇଁ ୧୦୦ ଟଙ୍କା ଏବଂ ମଧ୍ୟମ ଓ ଭାରି ଯାନ ପାଇଁ ସାର୍ଟିଫିକେଟ ବାବଦରେ ୧୫୦ ଟଙ୍କା ସହ ଜିଏସଟି ଦେବାକୁ ଧାର୍ଯ୍ୟ କରାଯାଇଛି। କେଉଁ ପ୍ରଦୂଷଣ ପରୀକ୍ଷା କେନ୍ଦ୍ରଗୁଡିକ ପଞ୍ଜୀକୃତ ହୋଇଛି ସେଗୁଡିକର ସମସ୍ତ ବିବରଣୀ www.odishatransport.gov.in ଏବଂ www.orissatransport.nic.inରୁ ଜାଣି ପାରିବେ ବୋଲି ପରିବହନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri