Posted inଖେଳ

ଡିସେମ୍ବରରେ ଆୟୋଜନ ହେବ ଇଣ୍ଡିଆ ଓପନ୍‌: ୨୦୨୦ର ଅବଶିଷ୍ଟ କ୍ୟାଲେଣ୍ଡର ଘୋଷଣା କଲା ବିଡ଼ବ୍ଲ୍ୟୁଏଫ୍‌

ନୂଆଦିଲ୍ଲୀ,୨୨।୫(ପି.ଟି.): ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ଭାବେ ପରିଗଣିତ ହେଉଥିବା ଇଣ୍ଡିଆ ଓପନ୍‌ ବ୍ୟାଟ୍ସମ୍ୟାନ ଟୁର୍ନାମେଣ୍ଟ ନୂଆ ତାରିଖ ଘୋଷଣା କରାଯାଇଛି। କୋଭିଡ-୧୯ ମହମାରୀ କାରଣରୁ ଏହି ଟୁର୍ନାମେଣ୍ଟକୁ ଘୁଞ୍ଚାଇ ଦିଆଯାଇଥିଲା। ଏବେ ଏହା ଡିସେମ୍ବର ଖେଳାଯିବ ବୋଲି ବ୍ୟାଡମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଘୋଷଣା କରିଛି। ଏଥି ସହିତ ୨୦୨୦ରେ ବାକିଥିବା ଟୁର୍ନାମେଣ୍ଟ ଗୁଡିକ ପାଇଁ କ୍ୟାଲେଣ୍ଡର ଜାରି କରିଛି ବିଡବ୍ଲ୍ୟୁଏଫ୍‌।
ଏହି ଓ୍ବାଲର୍‌ଡ ଟୁର ସୁପର ୫୦୦ ଟୁର୍ନାମେଣ୍ଟ ପ୍ରଥମେ ନୂଆଦିଲ୍ଲୀରେ ମାର୍ଚ୍ଚ ୨୪ରୁ ୨୯ ତାରିଖ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା ଓ ଏବେ ଏହା ଡିସେମ୍ବର ୮ରୁ ୧୩ ତାରିଖ ମଧ୍ୟରେ ଆୟୋଜନ ହେବ ବୋଲି ବିଡବ୍ଲ୍ୟୁଏଫ୍‌ ତରଫରୁ ଜାରି କରାଯାଇଥିବା ଏକ ପ୍ରେସ୍‌ ବିଜ୍ଞପ୍ତିରେ କୁହାଯାଇଛି। ସେହିପରି ହାଇଦ୍ରାବଦ୍‌ ଓପନ୍‌ ଅଗଷ୍ଟ ୧୧ରୁ ୧୬ ଓ ସୟଦ ମୋଦୀ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ନଭେମ୍ବର ୧୭ରୁ ୨୨ ତାରିଖ ମଧ୍ୟରେ ଆୟୋଜନ ହେବ। ମୋଟ ଉପରେ ୮ଟି ଟୁର୍ନାମେଣ୍ଟର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ଏଗୁଡିକ ମଧ୍ୟରେ ସାମିଲ ରହିଛି ନ୍ୟୁଜିଲାଣ୍ଡ ଓପନ୍‌ ସୁପର ୩୦୦, ଇଣ୍ଡୋନୋସିଆ ଓପନ୍‌ ସୁପର ୭୫୦, ଥାଇଲାଣ୍ଡ ଓପନ୍‌ ସୁପର ୫୦୦ ଓ ଚାଇନାରେ ଆୟୋଜନ ହେବାକୁ ଥିବା ଓ୍ବାଲର୍‌ଡ ଟୁର ଫାଇନାଲ୍ସ।
କୋଭିଡ-୧୯ ମହାମାରୀ କାରଣରୁ ଏହି ଗୁଡିକୁ ଆୟୋଜନ କରିବା ନିଶ୍ଚିତ ଭାବେ ଏକ ବଡ଼ ଚ୍ୟାଲେଞ୍ଜ୍‌। ତେବେ ଏହି ଟୁର୍ନାମେଣ୍ଟଗୁଡକୁ ପରିବର୍ତ୍ତିତ କାର୍ଯ୍ୟସୂଚୀରେ ଆୟୋଜନ କରିବାକୁ ଆମେ ବଦ୍ଧ ପରିକର ବୋଲି ବିଡବ୍ଲ୍ୟୁଏଫ୍‌ ସାଧାରଣ ସମ୍ପାଦକ ଜେନେରାଲ ଥୋମାସ ଲୁଣ୍ଡ କହିଛନ୍ତି। ଅବଶ୍ୟ ଏବେ କିଛି କହିବା ଆଦୌ ସମ୍ଭବ ନୁହଁ। କେବେ ଆନ୍ତର୍ଜାତୀୟ ବିମାନ ଉଡାଣ ଆରମ୍ଭ ହେବ, କେବେ ଯାତ୍ରାଜନିତ କଟକଣା ଉଠିବ ସେ ନେଇ କିଛି କହିବା କଷ୍ଟକର। ତେବେ ପରିବେଶ ସମ୍ପୂର୍ଣ୍ଣ ନିରାପଦ ନ ହେବା ପର୍ଯ୍ୟନ୍ତ ଆମେ କୌଣସି ପ୍ରତିଯୋଗିତା ଆରମ୍ଭ କରିବୁନି ବୋଲି ଲୁଣ୍ଡ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri