Posted inଖେଳ

ଡିସେମ୍ବରରେ ମେରିକମ୍‌-ନିଖାତଙ୍କ ଟ୍ରାଏଲ

ନୂଆଦିଲ୍ଲୀ,୯।୧୧- ଛ’ ଥର ବିଶ୍ୱ ଚାମ୍ପିୟନ ଏମ୍‌.ସି. ମେରିକମ୍‌ ଓ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ବକ୍ସର ନିଖାତ ଜାରିନଙ୍କ ମଧ୍ୟରେ ଟ୍ରାଏଲ ମ୍ୟାଚ୍‌ ଖେଳାଯିବା ନେଇ ଶନିବାର ସ୍ପଷ୍ଟ ହୋଇଛି। ଉଭୟଙ୍କ ମଧ୍ୟରେ ଡିସେମ୍ବର ଶେଷ ସପ୍ତାହରେ ମୁକାବିଲା ହେବ ବୋଲି ଅଫିସିଆଲ ସୂଚନା ମିଳିଛି। ଟ୍ରାଏଲର ବିଜେତା ୨୦୨୦ ଟୋକିଓ ଅଲିମ୍ପିକ୍ସ କ୍ୱାଲିଫାୟର୍ସରେ ୫୧ କେଜି ଓଜନ ବର୍ଗରେ ଭାରତ ପାଇଁ ପ୍ରତିନିଧିତ୍ୱ କରିବେ। ଏ ନେଇ ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ବିଏଫ୍‌ଆଇ) ଓ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଦୁଇ ପ୍ରତିଦ୍ୱନ୍ଦ୍ୱୀଙ୍କୁ ନୋଟିସ କରାଯିବ ବୋଲି ବିଏଫ୍‌ଆଇ ସଭାପତି ଅଜୟ ସିଂ କହିଛନ୍ତି। ଲଭଲିନା ବରଗୋହିନଙ୍କୁ ମଧ୍ୟ ୬୯ କେଜି ବର୍ଗରେ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡ଼ିବ। ଗତ ଗୁରୁବାର ବିଏଫ୍‌ଆଇ ଅଫିସିଆଲ, ସାଇ କର୍ମକର୍ତ୍ତା, ଡିରେକ୍ଟର ଜେନେରାଲ ସନ୍ଦୀପ ପ୍ରଧାନ ଓ ଦୁଇ ବିଦେଶୀ କୋଚ୍‌ ରାଫାଲେ ବରଗାମାସ୍କୋ ଓ ସାଣ୍ଟିଆଗୋ ନେଇଭାଙ୍କୁ ନେଇ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବୈଠକ ସାଇ ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ହୋଇଥିଲା। ଏଥିରେ ଭାରତୀୟ ପ୍ରତିନିଧିତ୍ୱ ଦଳ ଚୟନ କରିବା ପାଇଁ ଥିବା ନିୟମ ଉପରେ ଚର୍ଚ୍ଚା ହୋଇଥିଲା। ବୋର୍ଡର ସଭାପତିଙ୍କ ସମେତ ସଭିଙ୍କ ସହ ଆଲୋଚନା ପରେ ଚୟନ ଲାଗି ଉଦ୍ଦିଷ୍ଟ ନିୟମରେ ପରିବର୍ତ୍ତନ ହୋଇପାରିବ ନାହିଁ ବୋଲି ଜଣାପଡ଼ିଥିଲା। ଏଣୁ ଚାଇନାର ଉହାନଠାରେ ଫେବୃୟାରୀ ୩ରୁ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ଟ୍ରାଏଲ ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ହୋଇଥିଲା। ଆମକୁ ନିୟମରେ ରହିବାକୁ ପଡ଼ିବ। ଏବେ କିଛି ଦ୍ୱନ୍ଦ୍ୱ ନାହିଁ। ଏହି ଟ୍ରାଏଲ ଇଣ୍ଡିଆନ ବକ୍ସିଂ ଲିଗ୍‌ (ଆଇବିଏଲ୍‌) ପରେ ଅନୁଷ୍ଠିତ ହେବ ବୋଲି ସୂତ୍ରରୁ ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ, ଟ୍ରାଏଲ ସମ୍ମୁଖୀନ ହେବାରେ ମେରିକମ୍‌ଙ୍କ କିଛି ଅସୁବିଧା ନ ଥିଲା। ହେଲେ ବିଏଫ୍‌ଆଇ ସଭାପତିଙ୍କ ମନ୍ତବ୍ୟ ପରେ ସବୁ ବିବାଦ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri