‘ଡିସ୍‌ଚାର୍ଜ ପୂର୍ବରୁ କରାଯାଇ ନ ଥିଲା ସ୍ବାବ୍‌ ପରୀକ୍ଷା’

ଯାଜପୁର ଅଫିସ୍‌/ରସୁଲପୁର, ୨।୬ (ଡି.ଏନ୍‌.ଏ.): କରୋନା ଚିକିତ୍ସାକୁ ନେଇ ଗୁରୁତର ଅଭିଯୋଗ ଆଣିଛନ୍ତି ଆରୋଗ୍ୟ ହୋଇ ଫେରିଥିବା ଜଣେ ସଂକ୍ରମିତ। ମେଡିକାଲରୁ ଡିସ୍‌ଚାର୍ଜ କରାଯିବା ପୂର୍ବରୁ ତାଙ୍କର ସ୍ବାବ୍‌ ପରୀକ୍ଷା କରାଯାଇ ନ ଥିଲା। ଏପରିକି ସେ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କିତ ରିପୋର୍ଟ ମାଗିଥିଲେ ବି ତାଙ୍କୁ ଦିଆଯାଇ ନ ଥିଲା। ତେବେ ସେ କିପରି ସୁସ୍ଥ ହେଲେ ବୋଲି ଆଶଙ୍କା ବ୍ୟକ୍ତ କରିବା ସହ ଏ ନେଇ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ରେ ମାମଲା ରୁଜୁ କରିଛନ୍ତି। ଅଭିଯୋଗ ଆସିଛି ଯାଜପୁର ଜିଲା ରସୁଲପୁର ବ୍ଲକ ମଙ୍ଗରାଜପୁର ପଞ୍ଚାୟତରୁ। ଏ ନେଇ ଅଭିଯୋଗକାରୀ କହିଛନ୍ତି, ଜଣେ ରୋଗୀର ନିଜର ଚିକିତ୍ସା ପ୍ରଣାଳୀ ଓ ସ୍ବାସ୍ଥ୍ୟ ପରୀକ୍ଷାର ରିପୋର୍ଟ ସମ୍ପର୍କରେ ଜାଣିବାର ସମ୍ପୂର୍ଣ୍ଣ ଅଧିକାର ରହିଛି। ହେଲେ ଏଥିରୁ ତାଙ୍କୁ ବଞ୍ଚତ୍ତ ରଖାଯାଇଛି। ଏହା ଫଳରେ ତାଙ୍କ ମାନବାଧିକାର କ୍ଷୁଣ୍ଣ ହୋଇଥିବାରୁ ସେ ଏନ୍‌ଏଚ୍‌ଆର୍‌ସିଙ୍କ ଦ୍ୱାରସ୍ଥ ହୋଇଛନ୍ତି ବୋଲି କହିଛନ୍ତି। ତାଙ୍କ ପାଇଁ ମାନବାଧିକାର କର୍ମୀ ଭଜମନ ବିଶ୍ୱାଳ ଏନ୍‌ଏଚ୍‌ଆର୍‌ସିରେ କରିଥିବା ଅଭିଯୋଗ ଉପରେ ଏକ ମାମଲା (ନଂ. ୬୯୧୫/ଆଇଏନ୍‌/୨୦୨୦) ରୁଜୁ ହୋଇଛି।
ଗତ ୨୫ ତାରିଖରେ ସମ୍ପୃକ୍ତ ଅଭିଯୋଗକାରୀ (ମଙ୍ଗରାଜପୁର ପଞ୍ଚାୟତର ୪୭ ବର୍ଷୀୟ ବ୍ୟକ୍ତି) ଡୁବୁରୀସ୍ଥିତ କୋଭିଡ୍‌-୧୯ ହସ୍‌ପିଟାଲରୁ ଆରୋଗ୍ୟ ଲାଭ କରି ଫେରିବା ପରେ ଏକ ଭିଡିଓ କ୍ଲିପ୍‌ ଜାରି କରି କରିଥିଲେ। ସେ ଦର୍ଶାଇଥିଲେ, କୋଭିଡ୍‌-୧୯ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯିବା ପୂର୍ବରୁ ତାଙ୍କ ସ୍ବାବ୍‌ ପରୀକ୍ଷା କରାଯାଇ ନ ଥିଲା। ତା’ହେଲେ ସେ କିପରି ସୁସ୍ଥ ହେଲେ ବୋଲି ପ୍ରଶ୍ନ କରିଥିଲେ। ସେ ଆହୁରି କହିଥିଲେ, ତାଙ୍କୁ ୫ ଦିନ ଯାଏ ହସ୍ପିଟାଲରେ କେବଳ ଆଜିଥ୍ରୋମାଇସିନ, ଗ୍ୟାସ ବଟିକା, ଭିଟାମିନ-ସି ଓ ବି-କମ୍ପ୍ଲେକ୍ସ ବଟିକା ଦିଆଯାଉଥିଲା। ତେବେ ତାଙ୍କୁ ସୁସ୍ଥ ଅବସ୍ଥାରେ ହିଁ କୋଭିଡ୍‌-୧୯ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ବୋଲି ସେ ଅଭିଯୋଗ ଆଣିଛନ୍ତି। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ସାଧାରଣରେ ଚର୍ଚ୍ଚା ଜୋର ଧରିଥିବା ବେଳେ କରୋନା ଚିକିତ୍ସାକୁ ନେଇ ସନ୍ଦେହ ପ୍ରକାଶ ପାଇବା ସହିତ ଏହାର ସ୍ବଚ୍ଛତା ଉପରେ ଅଙ୍ଗୁଳି ନିର୍ଦ୍ଦେଶ ହୋଇଛି। ଏ ସମ୍ପର୍କରେ ବ୍ଲକ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ସୁଧୀର କୁମାର ସାହୁଙ୍କୁ ପଚାରିବାରେ ପ୍ରତ୍ୟେକ ଆକ୍ରାନ୍ତଙ୍କୁ କୋଭିଡ୍‌-୧୯ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରିବା ପୂର୍ବରୁ ନମୁନାର ରିପୋର୍ଟ ପଠାଯିବା ସହ ରେଫରେନ୍ସ ଲେଟର ଦିଆଯାଇଥାଏ। ନଚେତ୍‌ ହସ୍ପିଟାଲରେ ସେମାନଙ୍କୁ ପ୍ରବେଶ କରିବାକୁ ଦିଆଯିବନାହିଁ ବୋଲି ସେ କହିଛନ୍ତି। ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳଙ୍କୁ ଯୋଗାଯୋଗ କରିବାରେ ଅଭିଯୋଗକାରୀଙ୍କ ପକ୍ଷରୁ ଜାରି କରାଯାଇଥିବା ଭିଡିଓ ସମ୍ପର୍କରେ ଜିଲା ପ୍ରଶାସନ ଅବଗତ ଅଛି। ଅଭିଯୋଗର ଯାଞ୍ଚ କରାଯିବା ପରେ ଯାହା ପଦକ୍ଷେପ ନିଆଯିବ। ଜିଲା ପ୍ରଶାସନ ଏ ନେଇ ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଗତ ୮ତାରିଖରେ ସମ୍ପୃକ୍ତ ବ୍ୟକ୍ତି ଜଣକ କୋଲକାତାରୁ ବାହାରି ୪ ଜଣଙ୍କ ସହ ଏକ ଘରୋଇ ଗାଡ଼ିରେ କୁଆଖିଆରେ ପହଞ୍ଚତ୍ଥିଲେ। ସେମାନଙ୍କୁ ସୁଆଁସାହି କ୍ବାରାଣ୍ଟାଇନ ସେଣ୍ଟରରେ ରଖାଯାଇଥିଲା। ୫ ଦିନ ପରେ ତାଙ୍କର ସ୍ବାବ୍‌ ପରୀକ୍ଷା କରାଯାଇଥିଲା। ରିପୋର୍ଟ ପଜିଟିଭ୍‌ ଆସିବା ପରେ ତାଙ୍କୁ ଡୁବୁରୀସ୍ଥିତ କୋଭିଡ୍‌-୧୯ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ୧୦ଦିନ ରଖାଯାଇଥିଲା ଏବଂ ୫ ଦିନ ପର୍ଯ୍ୟନ୍ତ ଔଷଧ ଦିଆଯାଇଥିଲା। ଗତ ୨୫ ତାରିଖରେ ସେ ଡିସଚାର୍ଜ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri