ଡୁମ୍ବୁଳା ଗ୍ରାମରେ ମାତିଲେ ଦୁର୍ବୃତ୍ତ; କବାଟ ଭାଙ୍ଗି ନେଇଗଲେ ଅଳଙ୍କାର, ଟଙ୍କା

ଦିଗପହଣ୍ଡି,୧।୬(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବଡଡୁମ୍ବୁଳା ପଞ୍ଚାୟତ ଅଧୀନ ସାନ ଡୁମ୍ବୁଳା ଗ୍ରାମରେ ରବିବାର ରାତିରେ ଲୁଟ୍‌ ହୋଇଛି। ଗ୍ରାମର ଜି.ରାଧାକାନ୍ତ ପ୍ରଧାନ ଓ ତାଙ୍କ ସାନଭାଇ ଜି. ଲକ୍ଷ୍ମୀ ପ୍ରଧାନଙ୍କ ଘର କବାଟ ଭାଙ୍ଗି ଦୁର୍ବୃତ୍ତମାନେ ସୁନା, ରୂପାଗହଣା ଓ ନଗଦ ଟଙ୍କା ଲୁଟି ନେଇଥିବା ଦିଗପହଣ୍ଡି ଥାନାରେ ଅଭିଯୋଗ ହୋଇଛି। ବିଳମ୍ବିତ ରାତିରେ ଚୋରମାନେ ପ୍ରଥମେ ବଡ଼ଭାଇ ରାଧାକାନ୍ତଙ୍କ ବାରି କବାଟ ଭାଙ୍ଗି ଘର ଭିତରେ ପଶି ଆଲମାରି ତାଡି ସେଥିରେ ଥିବା ୪ ଭରି ଓଜନର ସୁନାହାର, ୨ଟି କାନଫୁଲ, ୧୨ ଭରି ରୂପା ଅଳଙ୍କାର ଓ ନଗଦ ୧୫ ହଜାର ଟଙ୍କା ଲୁଟି ନେଇଥିଲେ। ପରେ ପଡିଶା ଘରେ ରହୁଥିବା ସାନଭାଇ ଲକ୍ଷ୍ମୀଙ୍କ ବାରି ପଟ କବାଟ ଭାଙ୍ଗି ଘରେ ପଶି ଦୁର୍ବୃତ୍ତମାନେ ଆଲମିରା ତାଡି ସେଥିରେ ଥିବା ସୁନା ମୁଦି ୬ଟି, ଗୋଟିଏ ସୁନା ଚେନ, ୩ହଳ ସୁନା କାନଫୁଲ, ୪୭ ଗ୍ରାମ ଓଜନର ସୁନାହାର, ପ୍ରାୟ ୫ ଶହ ଗ୍ରାମ ଓଜନର ବିଭିନ୍ନ ରୁପା ଅଳଙ୍କାର ଓ ନଗଦ ୪୫ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି। ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri