ଡୁମ୍ବୁଳା ଗ୍ରାମରେ ମାତିଲେ ଦୁର୍ବୃତ୍ତ; କବାଟ ଭାଙ୍ଗି ନେଇଗଲେ ଅଳଙ୍କାର, ଟଙ୍କା

ଦିଗପହଣ୍ଡି,୧।୬(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବଡଡୁମ୍ବୁଳା ପଞ୍ଚାୟତ ଅଧୀନ ସାନ ଡୁମ୍ବୁଳା ଗ୍ରାମରେ ରବିବାର ରାତିରେ ଲୁଟ୍‌ ହୋଇଛି। ଗ୍ରାମର ଜି.ରାଧାକାନ୍ତ ପ୍ରଧାନ ଓ ତାଙ୍କ ସାନଭାଇ ଜି. ଲକ୍ଷ୍ମୀ ପ୍ରଧାନଙ୍କ ଘର କବାଟ ଭାଙ୍ଗି ଦୁର୍ବୃତ୍ତମାନେ ସୁନା, ରୂପାଗହଣା ଓ ନଗଦ ଟଙ୍କା ଲୁଟି ନେଇଥିବା ଦିଗପହଣ୍ଡି ଥାନାରେ ଅଭିଯୋଗ ହୋଇଛି। ବିଳମ୍ବିତ ରାତିରେ ଚୋରମାନେ ପ୍ରଥମେ ବଡ଼ଭାଇ ରାଧାକାନ୍ତଙ୍କ ବାରି କବାଟ ଭାଙ୍ଗି ଘର ଭିତରେ ପଶି ଆଲମାରି ତାଡି ସେଥିରେ ଥିବା ୪ ଭରି ଓଜନର ସୁନାହାର, ୨ଟି କାନଫୁଲ, ୧୨ ଭରି ରୂପା ଅଳଙ୍କାର ଓ ନଗଦ ୧୫ ହଜାର ଟଙ୍କା ଲୁଟି ନେଇଥିଲେ। ପରେ ପଡିଶା ଘରେ ରହୁଥିବା ସାନଭାଇ ଲକ୍ଷ୍ମୀଙ୍କ ବାରି ପଟ କବାଟ ଭାଙ୍ଗି ଘରେ ପଶି ଦୁର୍ବୃତ୍ତମାନେ ଆଲମିରା ତାଡି ସେଥିରେ ଥିବା ସୁନା ମୁଦି ୬ଟି, ଗୋଟିଏ ସୁନା ଚେନ, ୩ହଳ ସୁନା କାନଫୁଲ, ୪୭ ଗ୍ରାମ ଓଜନର ସୁନାହାର, ପ୍ରାୟ ୫ ଶହ ଗ୍ରାମ ଓଜନର ବିଭିନ୍ନ ରୁପା ଅଳଙ୍କାର ଓ ନଗଦ ୪୫ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି। ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri