Posted inଖେଳ

ଡୁରାଣ୍ଡ କପ୍‌:‘ଗୋକୁଳମ କେରଳ, ଗୋଆ ବିଜୟୀ

କୋଲକାତା, ୧୫।୮ (ପି.ଟି.)- ଏଠାରେ ଚାଲିଥିବା ସମ୍ମାନଜନକ ଡୁରାଣ୍ଡ କପ୍‌ର ୧୨୯ତମ ସଂସ୍କରଣରେ ବୁଧବାର ଅନୁଷ୍ଠିତ ୨ଟି ମ୍ୟାଚ୍‌ରେ ଗୋକୁଳମ୍‌ କେରଳା ଓ ଏଫ୍‌ସି ଗୋଆ ବିଜୟୀ ହୋଇଛନ୍ତି। ହାଓ୍ବାଡାଠରେ ଅନୁଷ୍ଠିତ ମ୍ୟାଚ୍‌ରେ ତ୍ରିନିଦାଦ୍‌ ଆଣ୍ଡ୍‌ ଟବାଗୋ ଷ୍ଟ୍ରାଇକର ମାର୍କସ ଜୋସେଫ୍‌ଙ୍କ ଡବଲ୍‌ ଗୋଲସ୍କୋର ବଳରେ ଗୋକୁଳମ୍‌ ୩-୦ ଗୋଲରେ ଇଣ୍ଡିଆନ୍‌ ଏୟାରଫୋର୍ସକୁ ପରାସ୍ତ କରିଛି। ଜୋସେଫ୍‌ ଏଥିପୂର୍ବରୁ ଚେନ୍ନାଇନ୍‌ ଏଫ୍‌ସି ବିପକ୍ଷରେ ହ୍ୟାଟ୍ରିକ ଗୋଲସ୍କୋର କରିଥିଲେ। ଲଗାତର ୨ଟି ବିଜୟ ସହ ଗୋକୁଳମ୍‌ ଗ୍ରୁପ୍‌-ଡି’ରେ ଶୀର୍ଷ ସ୍ଥାନ ବଜାୟ ରଖିବା ସହ ସେମିଫାଇନାଲ ଆଶା ଉଜ୍ଜିବୀତ ରଖିଛି। ଆସନ୍ତା ୧୮ରେ କେରଳା ମଣିପୁର ଦଳ ଟିଆଏୟୁ ଏଫ୍‌କୁ ଭେଟିବ। ଏହି ମ୍ୟାଚ୍‌କୁ ଅତିକମ୍‌ରେ ଡ୍ର’ ରଖିଲେ କେରଳା ସେମିଫାଇନାଲ ଟିକେଟ୍‌ ହାସଲ କରିବ। ସେହିଭଳି ଅନ୍ୟ ଏକ ମ୍ୟାଚ୍‌ରେ ଏଫ୍‌ସି ଗୋଆ ୨-୧ ଗୋଲରେ ଚେନ୍ନାଇନ ସିଟି ଏଫ୍‌ସିକୁ ହରାଇ ଦେଇଛି। ଏହି ବିଜୟ ସହ ଗ୍ରୁପ୍‌-ସି’ରେ ଗୋଆ ଓ ରିଅଲ୍‌ କଶ୍ମୀର ଉଭୟ ୬ ପଏଣ୍ଟ ଲେଖାଏ ପାଇ ଶୀର୍ଷରେ ରହିଛନ୍ତି। ଅଗଷ୍ଟ ୧୭ରେ ଉଭୟ ଦଳ ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ରେ ଯିଏ ବିଜୟ ଲାଭ କରିବ ସେହି ଦଳ ସେମିଫାଇନାଲକୁ ଟିକେଟ୍‌ ହାସଲ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri