ଡେଙ୍ଗା ବ୍ୟକ୍ତିଙ୍କଠାରେ କ୍ୟାନସର୍‌ ଆଶଙ୍କା ଅଧିକ କାହିଁକି

ଉଚ୍ଚତାରେ ଡେଙ୍ଗା ହେବା ପ୍ରତ୍ୟେକ ବ୍ୟକ୍ତିଙ୍କ ଇଚ୍ଛା। କିନ୍ତୁ ଜାଣନ୍ତି, ଡେଙ୍ଗା ବ୍ୟକ୍ତିଙ୍କର ଉଚ୍ଚତା ସହ କ୍ୟାନସର୍‌ର ସମ୍ପର୍କ ଗଭୀର ଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଅଧିକ ଡେଙ୍ଗା ଲୋକଙ୍କୁ କ୍ୟାନ୍‌ସର ଆଶଙ୍କା ୩୦ ପ୍ରତିଶତ ବଢ଼ିଯାଏ। ଗବେଷଣା ସ୍ବିଡ଼େନ୍‌ର କାରୋଲିନ୍ସକା ଇନ୍‌ଷ୍ଟିଚ୍ୟୁଟ୍‌ରେ କରାଯାଇଥିଲା। ଏହା କ୍ୟାନସର୍‌ ସମ୍ପର୍କିତ ତଥ୍ୟ ଜାଣିବାର ସବୁଠୁ ବଡ଼ ଗବେଷଣା ବୋଲି ବୈଜ୍ଞାନିକମାନେ ପ୍ରକାଶ କରିଛନ୍ତି। ୧୯୩୮ରୁ ୧୯୯୧ ମଧ୍ୟରେ ଜନ୍ମିତ ପ୍ରାୟ ୫୫ ଲକ୍ଷ ସ୍ବିଡେନ୍‌ବାସୀଙ୍କୁ ଏକାଠି କରାଯାଇ ଏହି ଗବେଷଣା ହୋଇଥିଲା। ବୈଜ୍ଞାନିକମାନେ ଜାଣିବାକୁ ପାଇଛନ୍ତି, ଅତ୍ୟଧିକ ଡେଙ୍ଗା ପୁରୁଷଙ୍କ ମାମଲାରେ ଏହି ଆଶଙ୍କା ୧୧ ପ୍ରତିଶତ ରହୁଥିବା ବେଳେ ମହିଳାଙ୍କ କ୍ଷେତ୍ରରେ ୧୮ ପ୍ରତିଶତ ଥାଏ। ବୈଜ୍ଞାନିକଙ୍କ ଅନୁସାରେ, ଉଚ୍ଚତା ବଢ଼ିଲେ ତ୍ୱଚା କ୍ୟାନସର୍‌ ସମସ୍ୟା ମଜବୁତ୍‌ ହୋଇଥାଏ। କେବଳ ସେତିକି ନୁହେଁ, ସ୍ତନ କ୍ୟାନ୍‌ସର ଆଶଙ୍କା ମଧ୍ୟ ୨୦ ପ୍ରତିଶତ ପର୍ଯନ୍ତ ବଢ଼ିଥାଏ। ଗବେଷଣାର ପ୍ରମୁଖ ଡ.ଏମିଲି ବୋଇଂଙ୍କ ମତରେ, ଡେଙ୍ଗା ଲୋକଙ୍କ ମଧ୍ୟରେ କ୍ୟାନସର୍‌ ଆଶଙ୍କା କେତେ ରହିଛି ଜାଣିବାକୁ ଦୀର୍ଘବର୍ଷ ପର୍ଯ୍ୟନ୍ତ ଚାଲିଥିଲା ପ୍ରୟାସ। କିନ୍ତୁ ଏ ଗବେଷଣା ଦ୍ୱାରା ମିଳିଥିବା ଆଶ୍ଚର୍ଯ୍ୟଜନକ ତଥ୍ୟ ଚକିତ କରିଛି ସମସ୍ତଙ୍କୁ। ତେବେ ଏଯାଏ ଡେଙ୍ଗା ଲୋକଙ୍କ ମଧ୍ୟରେ କାହିଁକି କ୍ୟାନସର୍‌ ଆଶଙ୍କା ଅଧିକ ରହୁଛି, ସେ ସମ୍ପର୍କରେ କୌଣସି ତଥ୍ୟ ହାସଲ ହୋଇନାହିଁ। ପରୀକ୍ଷଣ ଏବେ ବି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?