ଡେବିଟ କାର୍ଡ ବନ୍ଦ କରିବାକୁ ଏସ୍‌ବିଆଇର ପ୍ରସ୍ତୁତି

ନୂଆଦିଲ୍ଲୀ,୨୦-୮: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ପ୍ଲାଷ୍ଟିକ ଡେବିଟ କାର୍ଡ ପ୍ରଚଳନକୁ ବନ୍ଦ କରିବାକୁ ଯାଉଛି। ଏହା ବଦଳରେ ବ୍ୟାଙ୍କ ୟୋନୋ ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଅଧିକ ଜୋରଦାର ଭାବେ ଲାଗୁ କରିବ। ଏସ୍‌ବିଆଇ ଅଧ୍ୟକ୍ଷ ରଜନୀଶ କୁମାର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଯେ, ଡେବିଟ କାର୍ଡ ପ୍ରଚଳନକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର କରିବାକୁ ଯୋଜନା ପ୍ରସ୍ତୁତ ହୋଇଛି। ଦେଶରେ ଏବେ ୯୦କୋଟି ଡେବିଟ ଓ ୩ କୋଟି କ୍ରେଡିଟ କାର୍ଡ ରହିଛି ବୋଲି ସେ କହିଛନ୍ତି। ଏସ୍‌ବିଆଇର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥା ୟୋନୋ ପ୍ଲାଟଫର୍ମ ମାଧ୍ୟମରେ ଡେବିଟ କାର୍ଡକୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାହାର କରାଯିବ। ଏଥିରେ ୟୋନୋର ଭୂମିକା ଗୁରୁତ୍ୱପୂର୍ଣ୍ଣ ହେବ। ସେ କହିଛନ୍ତି ଯେ, ୟୋନୋ ଜରିଆରେ ଏଟିଏମ୍‌ରୁ ନଗଦ ଉଠାଇ ହେବ ଏବଂ ଦୋକାନରୁ ସାମଗ୍ରୀ କିଣିହେବ। ଏଥିଲାଗି ବ୍ୟାଙ୍କ ପୂର୍ବରୁ ୬୮ ହଜାର ୟୋନୋ କ୍ୟାଶ୍‌ପଏଣ୍ଟ ସ୍ଥାପନ କରିସାରିଛି। ଆସନ୍ତା ଦେଢ଼ ବର୍ଷ ମଧ୍ୟରେ ଏହାକୁ ୧୦ ଲକ୍ଷରେ ପହଞ୍ଚାଇବାର ଯୋଜନା ରହିଛି। ସୂଚନାଥାଉ କି, ଏସ୍‌ବିଆଇ ପକ୍ଷରୁ ଚଳିତବର୍ଷ ୟୋନୋ କ୍ୟାଶ୍‌ ସେବା ଆରମ୍ଭ କରିଛି, ଯାହା ଗ୍ରାହକଙ୍କୁ ବିନା ଡେବିଟ୍‌ କାର୍ଡରେ ଏଟିଏମ୍‌ରୁ ଟଙ୍କା କାଢ଼ିବାର ସୁବିଧା ଦେଇଥାଏ। ଏହି ବ୍ୟବସ୍ଥା ଅତ୍ୟନ୍ତ ସହଜ ତଥା ସୁବିଧାଜନକ ଏବଂ ସୁରକ୍ଷିତ। ଆରମ୍ଭରେ ୧୬,୫୦୦ ଏଟିଏମ୍‌ରେ ଏହି ସୁବିଧା ଯୋଗାଇ ଦିଆଯାଇଥିଲା। ଧୀରେ ଧୀରେ ଏହାକୁ ଅଧିକ ଏଟିଏମ ସହ ଲିଙ୍କ୍‌ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri