ଡେବିଟ କାର୍ଡ ବନ୍ଦ କରିବାକୁ ଏସ୍‌ବିଆଇର ପ୍ରସ୍ତୁତି

ନୂଆଦିଲ୍ଲୀ,୨୧-୮: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ପ୍ଲାଷ୍ଟିକ ଡେବିଟ କାର୍ଡ ପ୍ରଚଳନକୁ ବନ୍ଦ କରିବାକୁ ଯାଉଛି। ଏହା ବଦଳରେ ବ୍ୟାଙ୍କ ୟୋନୋ ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଅଧିକ ଜୋରଦାର ଭାବେ ଲାଗୁ କରିବ। ଏସ୍‌ବିଆଇ ଅଧ୍ୟକ୍ଷ ରଜନୀଶ କୁମାର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଯେ, ଡେବିଟ କାର୍ଡ ପ୍ରଚଳନକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର କରିବାକୁ ଯୋଜନା ପ୍ରସ୍ତୁତ ହୋଇଛି। ଦେଶରେ ଏବେ ୯୦କୋଟି ଡେବିଟ ଓ ୩ କୋଟି କ୍ରେଡିଟ କାର୍ଡ ରହିଛି ବୋଲି ସେ କହିଛନ୍ତି। ଏସ୍‌ବିଆଇର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥା ୟୋନୋ ପ୍ଲାଟଫର୍ମ ମାଧ୍ୟମରେ ଡେବିଟ କାର୍ଡକୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାହାର କରାଯିବ। ଏଥିରେ ୟୋନୋର ଭୂମିକା ଗୁରୁତ୍ୱପୂର୍ଣ୍ଣ ହେବ। ସେ କହିଛନ୍ତି ଯେ, ୟୋନୋ ଜରିଆରେ ଏଟିଏମ୍‌ରୁ ନଗଦ ଉଠାଇ ହେବ ଏବଂ ଦୋକାନରୁ ସାମଗ୍ରୀ କିଣିହେବ। ଏଥିଲାଗି ବ୍ୟାଙ୍କ ପୂର୍ବରୁ ୬୮ ହଜାର ୟୋନୋ କ୍ୟାଶ୍‌ପଏଣ୍ଟ ସ୍ଥାପନ କରିସାରିଛି। ଆସନ୍ତା ଦେଢ଼ ବର୍ଷ ମଧ୍ୟରେ ଏହାକୁ ୧୦ ଲକ୍ଷରେ ପହଞ୍ଚାଇବାର ଯୋଜନା ରହିଛି। ସୂଚନାଥାଉ କି, ଏସ୍‌ବିଆଇ ପକ୍ଷରୁ ଚଳିତବର୍ଷ ୟୋନୋ କ୍ୟାଶ୍‌ ସେବା ଆରମ୍ଭ କରିଛି, ଯାହା ଗ୍ରାହକଙ୍କୁ ବିନା ଡେବିଟ୍‌ କାର୍ଡରେ ଏଟିଏମ୍‌ରୁ ଟଙ୍କା କାଢ଼ିବାର ସୁବିଧା ଦେଇଥାଏ। ଏହି ବ୍ୟବସ୍ଥା ଅତ୍ୟନ୍ତ ସହଜ ତଥା ସୁବିଧାଜନକ ଏବଂ ସୁରକ୍ଷିତ। ଆରମ୍ଭରେ ୧୬,୫୦୦ ଏଟିଏମ୍‌ରେ ଏହି ସୁବିଧା ଯୋଗାଇ ଦିଆଯାଇଥିଲା। ଧୀରେ ଧୀରେ ଏହାକୁ ଅଧିକ ଏଟିଏମ ସହ ଲିଙ୍କ୍‌ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri