Posted inଖେଳ

ଡେଭିଡ୍‌ ହସି କେକେଆର ମୁଖ୍ୟ ମେଣ୍ଟର

କୋଲକାତା,୫।୧୦: ଦୁଇ ଥର ଆଇପିଏଲ ଚାମ୍ପିୟନ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଶନିବାର ଅଷ୍ଟ୍ରେଲିଆର ପୂର୍ବତନ ବ୍ୟାଟ୍ସମ୍ୟାନ ଡେଭିଡ୍‌ ହସିଙ୍କୁ ମୁଖ୍ୟ ମେଣ୍ଟର ଭାବେ ନିଯୁକ୍ତ କରିଛି। ପୂର୍ବତନ ନ୍ୟୁଜିଲାଣ୍ଡ ପେସର କାଏଲ ମିଲ୍ସଙ୍କୁ ବୋଲିଂ କୋଚ୍‌ ପଦରେ ନିଯୁକ୍ତ କରାଯାଇଛି। ଉଭୟ ହସି ଓ ମିଲ୍ସ ପୂର୍ବତନ ନ୍ୟୁଜିଲାଣ୍ଡ ଅଧିନାୟକ ବେଣ୍ଡନ ମ୍ୟାକ୍‌କୁଲମଙ୍କ ନେତୃତ୍ୱରେ କାର୍ଯ୍ୟ କରିବେ। ମ୍ୟାକ୍‌କୁଲମଙ୍କୁ ୨୦୨୦ ଆଇପିଏଲ ଲାଗି କେକେଆର ଦଳର ମୁଖ୍ୟ କୋଚ୍‌ ଦାୟିତ୍ୱ ଦିଆଯାଇଛି। ‘କେକେଆର ପରିବାରକୁ ଡେଭିଡ ହସି ଓ କାଏଲ ମିଲ୍ସଙ୍କୁ ସ୍ବାଗତ କରୁଛୁ। ପେସାଦାର କ୍ରିକେଟରେ ସେମାନଙ୍କ ଅଭିଜ୍ଞତା ଆମ ଯୁବ ଖେଳାଳିଙ୍କ ଲାଗି ସହାୟକ ହେବ’ ବୋଲି କେକେଆର ସିଇଓ ଓ ମ୍ୟାନେଜିଂ ଡାଇରେକ୍ଟର ଭେଙ୍କି ମ୍ୟାଇସୋର କହିଛନ୍ତି। ୪୨ ବର୍ଷୀୟ ହସି ଆଇପିଏଲ ସମେତ ବିଭିନ୍ନ ଦେଶର ଲିଗ୍‌ରେ ମୋଟ ୩୦୦ ମ୍ୟାଚ୍‌ ଖେଳିଛନ୍ତି। ସେ ୨୦୦୮ରୁ ୨୦୧୦ ପର୍ଯ୍ୟନ୍ତ କେକେଆର ପାଇଁ ଖେଳିଥିଲେ। ତାଙ୍କ ଭାଇ ମାଇକ୍‌ ହସି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳର ବ୍ୟାଟିଂ କୋଚ୍‌ ଦାୟିତ୍ୱରେ ରହିଛନ୍ତି। ଅନ୍ୟପକ୍ଷରେ ୪୦ ବର୍ଷୀୟ ମିଲ୍ସ ୨୦୧୫ରେ ଖେଳାଳି ଭାବେ କ୍ୟାରିୟର ଶେଷ କରିଥିଲେ। ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ସେ ନ୍ୟୁଜିଲାଣ୍ଡ ପାଇଁ ସର୍ବାଧିକ ୨୪୦ ଉଇକେଟ ନେଇଥିବା ବୋଲର।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri