Posted inଖେଳ

ଡେଭିସ୍‌ କପ୍‌ ଦଳକୁ ଫେରିଲେ ପେସ୍‌

ନୂଆଦିଲ୍ଲୀ, ୨୬।୧୦(ପି.ଟି.)- ଅଭିଜ୍ଞ ଟେନିସ ତାରକା ଲିଆଣ୍ଡର ପେସ୍‌ ଭାରତୀୟ ଡେଭିସ କପ୍‌ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୨୦୧୮ ଏପ୍ରିଲ ପରେ ପ୍ରଥମଥର ପାଇଁ ସେ ଦଳକୁ ଫେରିଛନ୍ତି। ଫଳରେ ସେ ପାକିସ୍ତାନ ବିପକ୍ଷ ଡେଭିସ କପ୍‌ ଟାଇରେ ଖେଳିବା ସ୍ପଷ୍ଟ ହୋଇଛି। ଏହି ଟାଇ ପାଇଁ ନିରାପତ୍ତା ତଥା ସୁରକ୍ଷା କାରଣରୁ ନନ୍‌ ପ୍ଲେଇଙ୍ଗ୍‌ କ୍ୟାପଟେନ ମହେଶ ଭୂପତି ଦଳ ସହ ପାକିସ୍ତାନ ଯିବାକୁ ମନା କରିଦେବା ପରେ ପେସ୍‌ଙ୍କୁ ସୁଯୋଗ ମିଳିଛି।
ଅଲ ଇଣ୍ଡିଆ ଟେନିସ ଆସୋସିଏଶନ (ଏଆଇଟିଏ) ଏବେ ଭିଜା ହାସଲ ପାଇଁ ପ୍ରକ୍ରିୟା ଆରମ୍ଭ କରିଦେଇଛି। ଯଦିଓ ଏହି ଟାଇ କୌଣସି ନିରପେକ୍ଷ ସ୍ଥାନରେ ଆୟୋଜନ ହେବ ବୋଲି ସୂଚନା ମିଳିଛି। ଆସନ୍ତା ୨୯- ୩୦ ତାରିଖରେ ଭେନ୍ୟୁ ସଂକ୍ରାନ୍ତରେ ଅନ୍ତର୍ଜାତୀୟ ଟେନିସ ଫେଡେରେଶନ (ଆଇଟିଏଫ୍‌) ଏଆଇଟିଏକୁ ଅନ୍ତିମ ପ୍ରସ୍ତାବ ଦେବ। ଇସ୍‌ଲାମାବାଦରେ ଖେଳାଯିବାକୁ ଥିବା ଏହି ଡେଭିସ୍‌ କପ୍‌ ମ୍ୟାଚ୍‌କୁ ଖେଳିବାକୁ ପେସ୍‌ ସମ୍ମତି ପ୍ରକାଶ କରିଛନ୍ତି ବୋଲି ଏଆଇଟିଏ ସମ୍ପାଦକ ହିରନମୋୟ ଚାଟାର୍ଜୀ କହିଛନ୍ତି। ଖୁବ୍‌ଶୀଘ୍ର ଅନ୍ତିମ ଦଳ ଚୟନ କରାଯିବ। ତେବେ ଏପର୍ଯ୍ୟନ୍ତ ଏ ସଂକ୍ରାନ୍ତରେ ଅନ୍ତିମ ନିଷ୍ପତ୍ତି ନିଆଯାଇନାହିଁ। ଦଳ ଚୟନ ପାଇଁ ସାକେତ ମାଇନେନି, ଅର୍ଜୁନ ଖାଡେ, ବିଜୟ ସୁନ୍ଦର ପ୍ରଶାନ୍ତ, ଏନ୍‌. ଶ୍ରୀରାମ ବାଲାଜୀ, ସିଦ୍ଧାର୍ଥ ରାଓ୍ବତ ଓ ମନୀଷ ସୁରେଶ କୁମାର ଭଳି ଖେଳାଳିଙ୍କୁ ବିଚାରକୁ ନିଆଯିବ। କୋଚ୍‌ ଜିଶାନ ଅଲି, ଫିଜିଓ ଆନନ୍ଦ କୁମାର, ଓ ଏମ୍‌ଏସଏଲ୍‌ଟିଏ ସମ୍ପାଦକ ସୁନ୍ଦର ଆଇଟର ଟିମ୍‌ ମ୍ୟାନେଜର ହିସାବରେ ଦଳ ସହ ଯାତ୍ରା କରିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri